Advertisment

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ

ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।

author-image
Niharika Rout
Puri Temple

Puri Temple

ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହୋଇଛି। ଗୋପାଳ ବଲ୍ଲଭ ପରେ ମହାପ୍ରଭୁଙ୍କର ପହିଲି ଭୋଗ ନୀତି କରାଯାଇଛି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ।

Advertisment

ଏହି ଅବସରରେ ୨୪ ପ୍ରକାରର ପିଠା ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ମହାପ୍ରଭୁଙ୍କଠାରେ ଭୋଗ ଲାଗାଯିବ। ଆଜି ରାତ୍ର ୨ଟା ୧୫ରେ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି ସଂପନ୍ନ ହୋଇଛି। ପରେ ମଙ୍ଗଳି ଆଳତି ହୋଇ ଭୋର ସମୟରୁ ପହିଲି ଭୋଗ ନୀତି ସମ୍ପନ୍ନ ହୋଇଛି। ଏହାର ଅର୍ଥ କାଉ କା କହିବା ପୂର୍ବରୁ ପହିଲି ଭୋଗ ନିତୀ ସମ୍ପନ୍ନ ହେବା ପରମ୍ପରା ରହିଛି।

ମା’ ଯଶୋଦା ଶ୍ରୀକୃଷ୍ଣଙ୍କୁ ଅନେକ ପ୍ରକାର ପିଠା ଖୁଆଇବା ସ୍ମୃତିରେ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ପାଳିତ ହୋଇ ଆସୁଛି।

Advertisment
Puri Shreemandir