Advertisment

ଆଜି ଆଲୋକର ପର୍ବ ଦୀପାବଳି, ଗାଁଠୁ ସହର ଉତ୍ସବମୁଖର

ଅନ୍ୟାୟ ଉପରେ ନ୍ୟାୟର, ଅଧର୍ମ ଉପରେ ଧର୍ମର, ଅସତ୍ୟ ଉପରେ ସତ୍ୟର ଓ ଅନ୍ଧକାର ଉପରେ ଆଲୋକର   ପର୍ବ ହେଉଛି ପବିତ୍ର ଦୀପାବଳି ।

Diwali

Diwali

Advertisment

ଆଜି ଆଲୋକର ପର୍ବ ଦୀପାବଳି । ଗାଁଠୁ ସହର ସବୁ ଚଳଚଞ୍ଚଳ। ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର । ଆନନ୍ଦ, ଆଲୋକ, ଉତ୍ସାହ, ସୁଖ, ସମୃଦ୍ଧିକୁ ନେଇ ଆସିଛି ଦୀପାବଳି । ଅନ୍ୟାୟ ଉପରେ ନ୍ୟାୟର, ଅଧର୍ମ ଉପରେ ଧର୍ମର, ଅସତ୍ୟ ଉପରେ ସତ୍ୟର ଓ ଅନ୍ଧକାର ଉପରେ ଆଲୋକର   ପର୍ବ ହେଉଛି ପବିତ୍ର ଦୀପାବଳି ।

Advertisment

ଆଜି ଦୀପାବଳିରେ ଗାଁଠୁ ସହର ଉତ୍ସବମୁଖର। ଚାରିଆଡେ ଖୁସିରେ ଲୋକମାନେ ପାଳୁଛନ୍ତି ଶୁଭ ଦୀପାବଳି । ହିନ୍ଦୁ ପରମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା। ତେଣୁ  ଘରକୁ ଆଲୋକମାଳାରେ ସଜାଇ  ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଲୋକେ ଏହି ପର୍ବ ପାଳନ କରନ୍ତି। 

ଅନ୍ଧକାର ଏବଂ ନକାରାତ୍ମକ ଶକ୍ତି ଉପରେ ବିଜୟ ହାସଲ କରିବାକୁ ଆଲୋକର ଆବଶ୍ୟକତା ପଡ଼େ । ତେଣୁ ଅମାବାସ୍ୟାର ଅନ୍ଧକାରକୁ ଦୂର କରିବା  ପାଇଁ ଘରକୁ ଆଲୋକମାଳାରେ ସଜାଯାଏ । 

Advertisment

ଦୀପାବଳି ସାଙ୍ଗକୁ ସାରା ଦେଶରେ ଆରମ୍ଭ ହୋଇଛି ମା କାଳୀଙ୍କ ପୂଜା। ବିଭିନ୍ନ ସ୍ଥାନରେ ମା କାଳୀଙ୍କ ପୂଜା ପାଇଁ ଉତ୍ସବ ମୁଖର ହୋଇଉଠିଛି। ରଙ୍ଗୀନ ଆଲୋକ ମାଳା ସଦୃଶ ତୋରଣ ପୂଜା ମଣ୍ଡପକୁ ବେଶ ଆକର୍ଷିତ କରୁଛି।

ଆଲୋକର ପର୍ବ ଦୀପାବଳିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମସ୍ତଙ୍କ ଜୀବନରେ ଅଜ୍ଞାନ ଓ ଦୁଃଖର ଅନ୍ଧକାର ଦୂର ହୋଇ ଜ୍ଞାନ ଓ ସମୃଦ୍ଧିରଆଲୋକ ବିଛୁରିତ ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Diwali
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe