Advertisment

ଶ୍ରୀମନ୍ଦିରରେ ଆଜି ଦୀପାବଳି, କାଉଁରିଆ ଜାଳିବେ ଭକ୍ତ

ଆଜି ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ। ଏଥିସହ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡ଼ିଆଙ୍କୁ କାଉଁରିଆ କାଠି ଜାଳିବେ।

Puri

Puri

Advertisment

ଆଜି ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ। ଏଥିସହ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡ଼ିଆଙ୍କୁ କାଉଁରିଆ କାଠି ଜାଳିବେ।

Advertisment

ପଞ୍ଜିକା-ପଞ୍ଜିକା ଭିତରେ ଅସାମଞ୍ଜସ୍ୟତା ଓ କ୍ୟାଲେଣ୍ଡରରୁ କ୍ୟାଲେଣ୍ଡରରେ ଭିନ୍ନ ଭିନ୍ନ ସୂଚନାରୁ କିଏ ଗତକାଲି ଦୀପାବଳି ସାଙ୍ଗକୁ ବଡ଼ବଡ଼ୁଆ ଡାକିଛନ୍ତି, ତ କିଏ ଆଜି ପୟାଶ୍ରାଦ୍ଧ ଦେବାକୁ ଯାଉଛନ୍ତି।

ସେପଟେ ଶ୍ରୀମନ୍ଦିରରେ ଦୀପାବଳି ପାଳନ ସାଙ୍ଗକୁ ଧର୍ମ ମାସ କାର୍ତ୍ତିକରେ ଶ୍ରଦ୍ଧାଳୁ ମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ ଜଣ ଅତିରିକ୍ତ ଏସପି,୧୧ ଡିଏସପି, ୧୮ ଇନ୍ସପେକ୍ଟରଙ୍କ ସହ ୨୬ ପ୍ଲାଟୁନ ଫୋର୍ସ ମୃତୟନ କରାଯାଇଛି ବୋଲି ପୁରୀ ଏସପି କହିଛନ୍ତି ।

Advertisment

ଗତକାଲି ସମଗ୍ର ରାଜ୍ୟରେ ବେଶ ଆନନ୍ଦ ଉଲ୍ଲାସର ସହ ଦୀପାବଳି ପାଳିତ ହୋଇଛି। ଲୋକମାନେ ଘରକୁ ଭଳିକି ଭଳି ଆଲୋକମାଳାରେ ସଜାଇବା ସହ ବାଣ ଫୁଟାଇ ଏହି ଉତ୍ସବକୁ ପାଳନ କରିଥିଲେ।  ମାତ୍ର ପୁରୀରେ ଆଜି ପାଳନ କରାଯିବ  ଦୀପାବଳି ।

Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe