Advertisment

ରାତି ପାହିଲେ ନୂଆବର୍ଷ; ବଡଦାଣ୍ଡରେ ଅସମ୍ଭାଳ ଭିଡ଼

ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ରହୁଛନ୍ତି ଶ୍ରଦ୍ଧାଳୁ। ଭିଡ଼ ନିୟନ୍ତ୍ରଣ କରିବାକୁ ନାକେଦମ୍ ପୁଲିସ।

author-image
Niharika Rout
Gathering

Gathering

ରାତି ପାହିଲେ ନୂଆବର୍ଷ । ବର୍ଷର ଶେଷ ଦିନ ଓ ବର୍ଷର ଆରମ୍ଭରେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ସଭିଙ୍କ ମନରେ ଭରପୁର ଆଶା । ଆଉ ଏଥିପାଇଁ ପୁରୀରେ ଅସମ୍ଭାଳ ଭିଡ଼। ସମୟ ଯେତେ ବଢୁଛି, ଭିଡ଼ ବି ସେତିକି ବଢୁଛି । ଜନସମୁଦ୍ର ପାଲଟିଛି ବଡଦାଣ୍ଡ।

Advertisment

ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ରହୁଛନ୍ତି ଶ୍ରଦ୍ଧାଳୁ। ଭିଡ଼ ନିୟନ୍ତ୍ରଣ କରିବାକୁ ନାକେଦମ୍ ପୁଲିସ। ବର୍ଷ ଶେଷରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଏଭଳି ଜନସମାଗମ ହୋଇଛି। ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି।

ପରିସ୍ଥିତି ଏମିତି ହୋଇଛି କି ମାର୍କେଟ ଛକ ଯାଏଁ ଲମ୍ବା ବ୍ୟାରିକେଡ୍ ହୋଇଛି। ଆଜିଠୁ ଆହୁରି ଭିଡ଼ ହେବା ଆଶଙ୍କା କରାଯାଉଛି । ଆଜି ଓ ଆସନ୍ତାକାଲି କେବଳ ସିଂହଦ୍ୱାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ।

Advertisment

ଆଜିଠୁ ଦୁଇ ଦିନ ମାର୍କେଟ ଛକଠାରୁ ନୋ ଭେହିକିଲ୍ ଜୋନ୍ ହେବ। ଶାନ୍ତିଶୃଙ୍ଖଳା ନିମନ୍ତେ ମୁତୟନ ହୋଇଛନ୍ତି ୬୦ ପ୍ଲାଟୁନ ଫୋର୍ସ। ସେହିପରି ଟ୍ରାଫିକ କଣ୍ଟ୍ରୋଲ ପାଇଁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା। ଭୁବନେଶ୍ୱର, କୋଣାର୍କ ଓ ବ୍ରହ୍ମଗିରି ପଟରୁ ଆସୁଥିବା ଗାଡ଼ି ପାଇଁ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରିଛି ପ୍ରଶାସନ।

ଅତ୍ୟଧିକ ଭିଡ଼ ଯୋଗୁ ଗତକାଲି ବଡ଼ଦାଣ୍ଡରେ ଠେଲାପେଲା ପରିସ୍ଥିତି ଉପୁଜିଥିବା ବେଳେ ୧୦ ଜଣ ତଳେ ପଡ଼ି ଆହତ ହୋଇଥିଲେ।

Puri Shreemandir Puri