Advertisment

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର; ଆଜିଠୁ ଆରମ୍ଭ ମହାଯଜ୍ଞ

ଆସନ୍ତା ୧୭ ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ। ଏହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା  କରିଛନ୍ତି ମୁଖ୍ୟମନ୍ତ୍ରୀ।

puri

Puri

Advertisment

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଜୋରସୋରରେ ଚାଲିଛି ପ୍ରସ୍ତୁତି। ଅଙ୍କୁର ପୂଜନ ପରେ ଚାଲିଛି ଯଜ୍ଞ ଅଧିବାସ। ଆଜିଠାରୁ ଆରମ୍ଭ ହେବ ମହାଯଜ୍ଞ।ଶ୍ରୀମନ୍ଦିର ଚାରିଦ୍ୱାରର ରୁଗ୍, ସାମ ଯଦୁ ଓ ଅଥର୍ବ ବେଦ ମନ୍ତ୍ରରେ ପ୍ରକମ୍ପିତ ହେବ। ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନୀରେ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକତା ପରିବେଶ ସୃଷ୍ଟି ହେବ।

Advertisment

ଅନ୍ୟପକ୍ଷରେ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଗଲାଣି ଶ୍ରଦ୍ଧାଳୁଙ୍କ ଗହଳି। ଦେଶର କୋଣ ଅନୁକୋଣରୁ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସହରର ୩ ଟିସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ୪୪ ପ୍ଳାଟୁନ ଫୋର୍ସ ଓ ସିସିଟିଭି ସର୍ଭେଲାନ୍ସରେ ପୂରା ସହର ଉପରେ ରହିବ ନଜର।

ଆସନ୍ତା ୧୭ ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ। ଏହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା  କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ ବନ୍ଦ ରହିବ।

Advertisment
Puri Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe