Advertisment

ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ଗଜଭୋଗ

ରାତି ୨ଟାରୁ ମନ୍ଦିର ଦ୍ୱାର ଫିଟା ଯାଇ ମଙ୍ଗଳାଆଳତୀ କରାଯିବା ସହ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ସମସ୍ତ ରୀତିନୀତି ପରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ପ୍ରଭୁଙ୍କୁ ହରିହର ବେଶରେ ଦର୍ଶନ କରୁଛନ୍ତି ଭକ୍ତ।

author-image
Niharika Rout
ଅଦ୍ୟତନ ହୋଇଛି
Baba Dhabaleswar

Baba Dhabaleswar

ବଡ଼ଓଷା ପାଇଁ ଚଳଚଞ୍ଚଳ ଧବଳେଶ୍ୱର ପୀଠ। ବାବାଙ୍କ ପାଖରେ ଲାଗିହେଲା ଗଜଭୋଗ। ରାତି ତମାମ ଉଜାଗର ରହି ଶ୍ରଦ୍ଧାଳୁମାନେ  ହରିହର ବେଶରେ ବାବା ଧବଳେଶ୍ୱରଙ୍କ ଦର୍ଶନ କରିଛନ୍ତି। 

Advertisment

ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ୱରଙ୍କ ପାଖରେ ପ୍ରସିଦ୍ଧ ଗଜଭୋଗ ଓ ତରଣ ଲାଗି କରାଯାଇଛି। ବଡ଼ ଓଷା ଓ କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ପାଇବା ପରେ ନିଜର ବ୍ରତ ଉଦଯାପନ କରିଛନ୍ତି।

  ଗତକାଲି ରାତି ସାରା ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଥିଲା। ରାତି ୨ଟାରୁ ମନ୍ଦିର ଦ୍ୱାର ଫିଟା ଯାଇ ମଙ୍ଗଳ ଆଳତୀ କରାଯିବା ସହ ୧୦୮ ଗରା ଜଳରେ ମହାସ୍ନାନ କରାଯାଇଥିଲା। ସମସ୍ତ ରୀତିନୀତି ସମ୍ପନ୍ନ ହେବା ପରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା।  

Advertisment

ହଜାର ହଜାର ଶ୍ରଦ୍ଧାଳୁ ରାତି ତମାମ ଉଜାଗର ରହି ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ପ୍ରସାଦ ପାଇଛନ୍ତି। ଏଥିପାଇଁ ପୂଜକଙ୍କ ପକ୍ଷରୁ ସମସ୍ତ ବସାଘର ଆଗରେ ପ୍ରସାଦ ବିକ୍ରିର ବ୍ୟବସ୍ଥା କରାଯାଇଛି। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। 

ଏଥିସହ ବ୍ୟାପକ ପୁଲିସ ଫୋର୍ସ ମୁତୟନ ହୋଇଥିବା ବେଳେ ନଦୀ ଘାଟରେ ଓଡ୍ରାଫ, ଅଗ୍ନିଶମ ବାହିନୀ, ମେଡିକାଲ ଟିମ ମୁତୟନ  ହୋଇଛନ୍ତି।  ପୀଠରେ ଆଠଗଡ ଉପଜିଲ୍ଲାପାଳ ଓ କଟକ ଗ୍ରାମାଞ୍ଚଳ ଏସ୍‌ପି ଉପସ୍ଥିତ ରହି ତଦାରଖ କରୁଛନ୍ତି । ସକାଳୁ ସକାଳୁ ବ୍ୟାରିକେଟ ଦେଇ ଲମ୍ବାଧାଡିରେ ବାବାଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ ।

କିନ୍ତୁ ପୁରୀ ଶ୍ରୀମନ୍ଦିରରେ ଆଜି ପଞ୍ଚୁକର ତୃତୀୟ ଦିନ ପାଳିତ ହେଉଛି। ଏହି ଅବସରରେ ତ୍ରିବିକ୍ରମ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ପଞ୍ଚୁକ ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ପୁରୀରେ ହୋଇଛି। ହରିବୋଲ ହୁଳହୁଳି ସହ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହେଉଛି ପୁରୀ ବଡଦାଣ୍ଡ।  ଲମ୍ବା ଲାଇନରେ ଭକ୍ତମାନେ ପ୍ରଭୁଙ୍କ ଦର୍ଶନ କରୁଛନ୍ତି।  

Cuttack Dhabaleswar Temple