Advertisment

ସରିଲା ବଡ଼ ଓଷା; ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ଗଜଭୋଗ

ହଜାର ହଜାର ଶ୍ରଦ୍ଧାଳୁ ରାତି ତମାମ ଉଜାଗର ରହି ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ପ୍ରସାଦ ପାଇଛନ୍ତି।

ଅଦ୍ୟତନ ହୋଇଛି
Gajabhoga

Gajabhoga

Advertisment

ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ପ୍ରସିଦ୍ଧ ଗଜଭୋଗ ଓ ତରଣ। ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦ୍ଯାପନ କରିଥାନ୍ତି।

Advertisment

ସେଥିପାଇଁ ଆଜି ରାତି ପ୍ରାୟ ୨ଟା ବେଳେ ଦ୍ୱାର ଫିଟା ଯାଇ ମଙ୍ଗଳଆଳତି କରାଯାଇଥିଲା। ପରେ ୧୦୮ ଗରା ଜଳରେ ମହାଦେବଙ୍କ ମହାସ୍ନାନ କରାଯାଇଥଲା। ଏହା ପରେ ମଇଲମ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଛି।

ହଜାର ହଜାର ଶ୍ରଦ୍ଧାଳୁ ରାତି ତମାମ ଉଜାଗର ରହି ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ପ୍ରସାଦ ପାଇଛନ୍ତି। ଏଥିପାଇଁ ପୂଜକଙ୍କ ପକ୍ଷରୁ ସମସ୍ତ ବସାଘର ଆଗରେ ପ୍ରସାଦ ବିକ୍ରିର ବ୍ୟବସ୍ଥା କରାଯାଇଛି। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

Advertisment
Cuttack Dhabaleswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe