Advertisment

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।

author-image
Niharika Rout
Exhibition

Exhibition

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ। ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନକୁ ପରିଦର୍ଶନ କରିପାରିବେ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ପ୍ରଦର୍ଶନୀ ମଧ୍ୟରେ ପ୍ରମୋସନାଲ ଷ୍ଟଲଗୁଡିକ ବୁଲି ଦେଖିବେ ସାଧାରଣ ଜନତା ଏବଂ ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ। ଭୁବନେଶ୍ୱର ଜନତା ମଇଦାନ ୩ ଦିନିଆ ପ୍ରବାସୀ ଭାରତୀୟ ସମ୍ମିଳନୀରେ ବିଦେଶରେ ରହୁଥିବା ପ୍ରବାସୀମାନେ ଯୋଗ ଦେଇଥିଲେ।

ଏହି ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିଥିଲେ। ଗତକାଲି ଉଦଯାପିତ ଦିବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ବିଶ୍ବର ୨୪ ରାଷ୍ଟ୍ରର ୨୭ ଜଣ ସଫଳ ପ୍ରବାସୀଙ୍କୁ ‘ପ୍ରବାସୀ ଭାରତୀୟ ସମ୍ମାନ’ରେ ସମ୍ମାନିତ କରିଥିଲେ।.

Advertisment
Bhubaneswar