କାଳୀପୂଜା ଲାଗି ଉତ୍ସବମୁଖର ଭଦ୍ରକ ସହର। ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମାଆ ଭଦ୍ରକାଳୀଙ୍କ ପୀଠରେ ସ୍ୱତନ୍ତ୍ର ନୀତିକାନ୍ତି ଚାଲିଛି। ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମାଆ । କାଳୀ ପୂଜା ଅବସରରେ ଆୟୋଜିତ ହେଉଥିବା ସପ୍ତମାତୃକା ବେଶରେ ଗୋଟିଏ ଦିନ ଉଗ୍ରରୂପା ମାହାକାଳୀ ବେଶରେ ଦର୍ଶନ ଦିଅନ୍ତି ମାଆ। ଆଜିଠାରୁ ମାଆ ଭଦ୍ରକାଳୀଙ୍କ ପୀଠରେ ସପ୍ତଦିବସୀୟ ମହାଯଜ୍ଞ ଓ ସପ୍ତମାତୃକା ବେଶ ଆୟୋଜିତ ହେବ।ଆଜି ବେଦମାତା ବେଶରେ ଦର୍ଶନ ଦେଉଛନ୍ତି ମା' ଭଦ୍ରକାଳୀ । ଏନେଇ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ।