Advertisment

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଡଙ୍ଗା ଭସାଇବାକୁ ଜଳାଶୟରେ ଜମିଛି ଭିଡ଼

ଓଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।

Bindo Sagar

Bindo Sagar

Advertisment

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହା  ଉତ୍କଳୀୟ ପରମ୍ପରାର ଗର୍ବ ଗୌରବ । ଓଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।

Advertisment

 ସମୁଦ୍ରରୁ ନଦୀ, ପୁଷ୍କରିଣୀଠୁ ଆରମ୍ଭ କରି ସବୁ ଜଳାଶୟରେ ଆ-କା-ମା-ବୈ, ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର ଗାଇ ଡଙ୍ଗା ଭସାଉଛନ୍ତି। ସକାଳୁ ସକାଳୁ ଏଥିପାଇଁ ଜଳାଶୟ ଗୁଡ଼ିକରେ ପ୍ରବଳ ଭିଡ଼ ଜମିଛି।  ଭୁବନେଶ୍ୱରର ପବିତ୍ର ବିନ୍ଦୁ ସାଗର, ପୁରୀ ମହୋଦଧୀ, କଟକର ମହାନଦୀ, କାଠଯୋଡ଼ି ଭଳି ଅନେକ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ବିଭିନ୍ନ ସ୍ଥାନରେ ବ୍ୟାପକ ପୁଲିସ୍‌ ଟିମ୍‌ ବି ମୁତୟନ ହୋଇଛନ୍ତି। 

 ମାସ ସାରା କାର୍ତ୍ତିକ ବ୍ରତ କରିବା ପରେ ଆଜି ପୂର୍ଣ୍ଣିମା ପାଇଁ ହବିଷ୍ୟାଳୀମାନେ ମଧ୍ୟ ସମୁଦ୍ର ବେଳାଭୂମିରେ ପୂଜାର୍ଚ୍ଚନା କରିଛନ୍ତି।  ପ୍ରାୟ ଏକ ଲକ୍ଷରୁ ଉର୍ଦ୍ଧ୍ଵ ଭକ୍ତ ମହୋଦଧି ତଟରେ ଏକତ୍ରିତ ହୋଇ କାର୍ତ୍ତିକ ପୂର୍ଣ୍ଣିମାରେ ପୂଜାର୍ଚ୍ଚନା କରିଛନ୍ତି। ବିଶ୍ୱାସ ରହିଛି ଆଜିର ଦିନରେ ମହୋଦଧିରେ ବୁଡ଼ ପକାଇଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ।

Advertisment

ଉତ୍କଳର ଗୌରବମୟ ନୌବାଣିଜ୍ୟ ଇତିହାସ ସହିତ ମଧ୍ୟ ଏହା ନିବିଡ଼ ଭାବେ ସମ୍ପୃକ୍ତ। ଏହିଦିନ ବିଭିନ୍ନ ସ୍ଥାନରେ ରାସ ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଥାଏ। ଆଜିର ଦିନରେ ଦାନ କଲେ କୋଟିପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଅଛି। 

Kartika Purnima
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe