ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ଅପରାହ୍ଣ ୪ଟାରୁ ରାତି ୮ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ରାଗିଗଲେ ମୁଖ୍ୟମନ୍ତ୍ରୀ
ସିସୋର ଘାଟରେ ଡଙ୍ଗାରେ ବସି ବାଲିଯାତ୍ରା ଦେଖିବାକୁ ଗଡଗଡ଼ିଆ ଘାଟରେ ଓହ୍ଲାଇଥିଲେ ମୁଖ୍ୟମନ୍ତ୍ରୀ।
Events & Festivals
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା
ଚଳିତବର୍ଷ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ସାଉଥ୍ ଇଷ୍ଟ ଏସିଆ ପାଭିଲିୟନ। ଜାଭା, ସୁମାତ୍ରା, ବାଲି ଇଣ୍ଡୋନେସିଆ ପରି ଦେଶ ସହିତ ଆମ ଦେଶର ନୌବାଣିଜ୍ୟ ପରମ୍ପରା ସମ୍ପର୍କର ତଥ୍ୟ ଜାଣିପାରିବେ ଦର୍ଶକ।
Events & Festivals
ହିନ୍ଦୁ ମୁସଲିମ ସଦଭାବନା ପୀଠ ହେଉଛି ଜାହାନିଆଁ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ପ୍ରତ୍ୟୁଷରେ ଜାହାନିଆଁ ପିରଙ୍କ ପୀଠରେ ମୌଲବୀ(ମୁସଲିମ୍ ପୂଜକମାନେ) ସ୍ଵତନ୍ତ୍ର ନୀତି କରିଥିଲେ। ତା’ପରେ ଶ୍ରଦ୍ଧାଳୁମାନେ ପୀଠକୁ ଯାଇ ପିରବାବାଙ୍କ ଆଶୀର୍ବାଦ ନେଇଥିଲେ।
Events & Festivals
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଡଙ୍ଗା ଭସାଇବାକୁ ଜଳାଶୟରେ ଜମିଛି ଭିଡ଼
ଓଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।
Events & Festivals
ପଞ୍ଚୁକରେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର: ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ଗତକାଲି ଦ୍ୱିତୀୟ ଦିନରେ ଭକ୍ତଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଇଥିଲେ କଳାଠାକୁର।