Advertisment

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ଅପରାହ୍ଣ ୪ଟାରୁ ରାତି ୮ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

Advertisment
Puri Shreemandir Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe