Advertisment

ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ, ଆଜି ଉଦଘାଟନ କରିବେ ମୋଦି

ଗତ ରାତିରେ ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି।

Modi In Bhubaneswar

Modi In Bhubaneswar

Advertisment

ଭୁବନେଶ୍ୱରରେ ଗତକାଲିଠୁ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ। ସାରା ବିଶ୍ୱର ଫୋକସ ଏବେ ଓଡ଼ିଶା ଉପରେ। ଏହି ମହା ସମାରୋହକୁ ଆଜି ଆନୁଷ୍ଠାନିକ ଭାବେ ଜନତା ମୈଦାନରେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Advertisment

ଗତ ରାତିରେ ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ପ୍ରବାସୀଙ୍କ ସହ କିଛି ସମୟ ଭାବ ବିନିମୟ କରିବେ। ଏହାପରେ ସେ  ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଏହାପରେ ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହା ସହ ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କରିବେ।

Advertisment

ଗତକାଲି ପ୍ରଥମ ଦିନରେ ଯୁବ ପ୍ରବାସୀ ଭାରତୀୟ ଦିବସର ଶୁଭାରମ୍ଭ କରିଥିଲେ ୨ କେନ୍ଦ୍ରମନ୍ତ୍ରୀ ଏସ୍. ଜୟଶଙ୍କର, ମନସୁଖ୍ ମାଣ୍ଡଭ୍ୟ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ୱାଗତ ଭାଷଣରେ ଭାରତ ବିକାଶରେ ପ୍ରବାସୀଙ୍କ ଭାଗିଦାରୀ ବଢେଇବାକୁ ଆହ୍ୱାନ ଦେଇଥିଲେ ମାଣ୍ଡଭ୍ୟ।

ଭାରତ ସହ ପ୍ରବାସୀମାନଙ୍କର ସହଭାଗିତା ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବ। ଏଥିସହିତ 3T- ଟ୍ରେଡ୍, ଟେକ୍ନୋଲୋଜି ଓ ଟୁରିଜମ୍‌ରେ ସାମର୍ଥ୍ୟ ଯୋଗୁ ଓଡ଼ିଶା ପୁଞ୍ଜି ନିବେଶ ପାଇଁ ପ୍ରକୃଷ୍ଟ ସ୍ଥାନ ବୋଲି କହିଥିଲେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ।

ଓଡ଼ିଆରେ ପ୍ରବାସୀଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଥିଲେ, ପ୍ରବାସୀମାନେ ହେଉଛନ୍ତି ବିକଶିତ ଓଡ଼ିଶାର ବ୍ରାଣ୍ଡ ଆମ୍ବାସଡର। ଏହି ଅନୁଭୂତିକୁ ବିଶ୍ୱ ଦରବାରରେ ଆପଣମାନେ ପହଞ୍ଚାଇବେ ବୋଲି ସେ ପ୍ରବାସୀମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ।

ଗତକାଲି ଦ୍ୱିତୀୟ ଅଧିବେଶନରେ ଓଡ଼ିଶାରେ ପୁଞ୍ଜି ନିବେଶ ସୁଯୋଗ ପ୍ରବାସୀ ଭାରତୀୟଙ୍କ ଆଗରେ ଉପସ୍ଥାପନ କରିଥିଲେ ଓଡିଶା ସରକାର। ଓଡ଼ିଶାର ଶିଳ୍ପ ନୀତି ଓ ଶିଳ୍ପ ଅନୁକୂଳ ଭିତ୍ତିଭୂମି ଓ ଇଜ ଅଫ୍ ଡୁଇଂ ବିଜିନେସକୁ ଉପସ୍ଥାପିତ କରାଯାଇଥିଲା। ୬୫୦ରୁ ଅଧିକ ପ୍ରବାସୀ ଏହି ଅଧିବେଶନରେ ଯୋଗ ଦେଇଥିଲେ। ଓଡ଼ିଶାରେ ନିବେଶ ନେଇ ଆଗ୍ରହ ପ୍ରକାଶ କରିବା ସହ ଓଡ଼ିଶା ସରକାରଙ୍କ ସହଯୋଗକୁ ପ୍ରଶଂସା କରିଥିଲେ ପ୍ରବାସୀ ଭାରତୀୟମାନେ।

ତୃତୀୟ ଅଧିବେଶନରେ ପ୍ରବାସୀଙ୍କୁ ଓଡ଼ିଶାର ପର୍ଯ୍ୟଟନ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ନିବେଶ ନେଇ ହୋଇଥିଲା ଆଲୋଚନା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓଡ଼ିଶାର ସମସ୍ତ ପର୍ଯ୍ୟଟନ ସ୍ଥଳୀ ଏବଂ ଅପାର ସମ୍ଭାବନା ସମ୍ପର୍କରେ ଆଲୋକପାତ କରିଥିଲେ।

Bhubaneswar PM Modi Pravasi Bharatiya Divas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe