Advertisment

ଆଜି ନୂଆଁଖାଇ, ମା’ ସମଲେଶ୍ୱରୀଙ୍କଠାରେ ଲାଗି ହେବ ନବାନ୍ନ

ଆଜି ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ଗାଁଠୁ ସହର। ଅଧିଷ୍ଠାତ୍ରୀ ଦେବୀଙ୍କ ପାଖରେ ନୂଆଁ ଖାଦ୍ୟ ଲଗାଇବା ପରେ, ପରିବାର ସହ ଏକାଠି ବସିବେ ସମସ୍ତେ।

ଅଦ୍ୟତନ ହୋଇଛି
Samaleswari Temple

Samaleswari Temple

Advertisment

ଆଜି ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ଗାଁଠୁ ସହର। ଅଧିଷ୍ଠାତ୍ରୀ ଦେବୀଙ୍କ ପାଖରେ ନୂଆଁ ଖାଦ୍ୟ ଲଗାଇବା ପରେ, ପରିବାର ସହ ଏକାଠି ବସିବେ ସମସ୍ତେ।

Advertisment

ନୂଆଁ ଅନ୍ନ ସହ ଭଳି ଭଳିକା ଖାଦ୍ୟ ଖାଇବେ। ସମ୍ବଲପୁରରେ ମାଆ ସମଲେଶ୍ୱରୀଙ୍କ ପାଖରେ ଓ ବଲାଙ୍ଗିରର ମା’ ପାଟଣେଶ୍ୱରୀଙ୍କ ପାଖରେ ନୂଆ ଖାଦ୍ୟ ଲାଗି କରାଯିବ। ସମ୍ବଲପୁରରେ ମା’ ସମଲେଇଙ୍କଠାରେ ଆଜି ପୂର୍ବାହ୍ନ ୯ଟା ୧୨ରୁ ୯ଟା ୨୭ ମିନିଟ ମଧ୍ୟରେ ନବାନ୍ନ ଲାଗି ନେଇ ଶୁଭଲଗ୍ନ ସ୍ଥିର ହୋଇଛି। ଏହି ସମୟରେ ଲୋକେ ନିଜ ନିଜର ଇଷ୍ଟ ଦେବାଦେବୀଙ୍କ ପାଖରେ ନବାନ୍ନ ଭୋଗ ଲାଗି କରିବା ପରେ ନବାନ୍ନ ଭକ୍ଷଣ କରିବେ।  

 ନୂଆଁଖାଇ ପାଳନପାଇଁ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ଲୋକେ ନିଜ ନିଜ ଘରକୁ ଯାଇଛନ୍ତି। ସହରରେ ଥିବା ଲୋକେ ଗାଁକୁ ଓ ରାଜ୍ୟ ବାହାରେ ରହୁଥିବା ଲୋକେ ଘରକୁ ଫେରିଛନ୍ତି।

Advertisment

ନିଜ ନିଜ ଘରେ ନିଜ ଇଷ୍ଟ ଦେବାଦେବୀଙ୍କୁ ପୂଜା କରିବା ପରେ ଘରେ ଘରେ ଲୋକେ ନୂଆ ଖାଇବେ। ନୂଆ ଖାଇ ସାରିବା ପରେ ସାନମାନେ ବଡ଼ମାନଙ୍କୁ ମୁଣ୍ଡିଆ ମାରିବେ। ବଡ଼ମାନେ ସାନମାନଙ୍କୁ ଆଶିର୍ବାଦ କରିବେ।  

କୃଷି ସଂସ୍କୃତି ଓ ଅନନ୍ୟ ପରମ୍ପରାର ପର୍ବ ହେଉଛି ନୂଆଁଖାଇ। ପ୍ରକୃତି ମାତାଙ୍କୁ ପ୍ରଥମ ଶସ୍ୟ ଅର୍ପଣର ପର୍ବ ହେଉଛି ନୂଆଁଖାଇ । ନିଜ ଗାଁ ମାଟି ମହକରେ ପରିବାରର ସଦସ୍ୟ, ସାଙ୍ଗସାଥୀ ମେଳରେପାଳିତ ଏହି ପର୍ବର ମଧୂରତା ନିଆରା । ପଶ୍ଚିମ ଓଡ଼ିଶାର ସମସ୍ତ ଜିଲ୍ଲା, ସଦର ମହକୁମା, ପଲ୍ଲୀଠୁ ଗାଁ ସବୁଠି ପାଳିତ ହେଉଛି ଏହି ପର୍ବ ।

ପରମ୍ପରା ଅନୁଯାୟୀ ପ୍ରତ୍ୟେକ ବର୍ଷ ଜନ୍ମାଷ୍ଟମୀ ପର ଦିନ ଅର୍ଥାତ୍ ନନ୍ଦୋତ୍ସବରେ ସମ୍ବଲପୁରରେ ନୂଆଖାଇ ଲଗ୍ନ ନିର୍ଦ୍ଧାରଣ କରାଯାଇଥାଏ। ବ୍ରହ୍ମପୁରା ମନ୍ଦିରରେ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୈଠକରେ ପଣ୍ଡିତମାନେ ପଞ୍ଜିକା ଦେଖି ମା' ସମଲେଇଙ୍କ ରାଶି ଓ ନକ୍ଷତ୍ର ଅନୁସାରେ ଲଗ୍ନ ନିର୍ଣ୍ଣୟ କରିଥାନ୍ତି।

Sambalpur Nua Khai
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe