Advertisment

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ

୧୮୪୮ ମସିହା ଏପ୍ରିଲ୍ ୨୮ ତାରିଖରେ ସେ କଟକର ସତ୍ୟଭାମାପୁରରେ ଜନ୍ମଗ୍ରହଣ କରିଥିଲେ।

author-image
Tapaswini Nayak
Madhusudan das

Madhusudan das

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ। ସ୍ୱତନ୍ତ୍ର ଓଡ଼ିଶା ନିର୍ମାଣରେ ମଧୁ ବାବୁଙ୍କ ରହିଥିଲା ପ୍ରମୁଖ ଭୂମିକା। ରାଜ୍ୟର ପ୍ରଥମ ବାରିଷ୍ଠର ଭାବେ ମଧ୍ୟ ଦେଶ ବିଦେଶରେ ବେଶ ନାଁ କରିଥିଲେ ମଧୁ ବାବୁ।

Advertisment

୧୮୪୮ ମସିହା ଏପ୍ରିଲ୍ ୨୮ ତାରିଖରେ ସେ କଟକର ସତ୍ୟଭାମାପୁରରେ ଜନ୍ମଗ୍ରହଣ କରିଥିଲେ। ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା
ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ। ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର। ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ। ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା।

ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ।

Advertisment
Madhusudan Das