Puri
ଆଜିଠୁ ଆରମ୍ଭ ହେଉଛି କାର୍ତ୍ତିକ ମାସର ମହାପଞ୍ଚୁକ ବ୍ରତ। ଏଥିପାଇଁ ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା କରଯାଇଛି। ଏଥର ତିଥି କ୍ଷୟ ଯୋଗୁ ୫ ଦିନ ବଦଳରେ ୪ ଦିନ ପାଳନ କରାଯିବ ପଞ୍ଚୁକ ବ୍ରତ। ତେଣୁ ଭକ୍ତଙ୍କୁ ୪ଟି ବେଶରେ ଦର୍ଶନ ଦେବେ ମହାପ୍ରଭୁ।
ଗତକାଲିଠାରୁ ଶ୍ରୀମନ୍ଦିରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଲାଣି। ପଞ୍ଚୁକ ଭିଡ଼କୁ ଦୃଷ୍ଟିରେ ରଖି ଆଜି ଠାରୁ କାର୍ତ୍ତିକ ପୂର୍ଣ୍ଣମା ପର୍ଯ୍ୟନ୍ତ କେବଳ ସିଂହଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରବେଶ କରିବେ। ଶ୍ରୀଜିଉଙ୍କ ଦର୍ଶନ ସାରି ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ। ଏନେଇ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ।
ମାତ୍ର କଟକ ଆଠଗଡ଼ ଧବଳେଶ୍ୱର ପୀଠରେ ଆଜି ଦ୍ୱିତୀୟ ପଞ୍ଚୁକ ପାଳିତ ହେଉଛି। ଚନ୍ଦ୍ରଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। । ଦିତୀୟ ପଞ୍ଚକରେ ଭୋରରୁ ସମସ୍ତ ନୀତିକାନ୍ତି ସମ୍ପନ୍ନ ପରେ ସର୍ବସାଧାରଣ ଦର୍ଶନ ପାଇଁ ଦ୍ୱାର ଫିଟା ଯାଇଥିଲା।
ରାତି ପାହିଲେ ଧବଳେଶ୍ଵରଙ୍କ ପୀଠରେ ପାଳନ ହେବ ବଡଓଷା । କାର୍ତ୍ତିକ ମାସର ଶେଷ ପର୍ବ ହେଉଛି ବଡ଼ ଓଷା। ଆଜି ହେଉଛି ଚୂନାକୁଟା ଦିବସ , ଆସନ୍ତା କାଲି ପ୍ରସ୍ତୁତ ହେବ ପ୍ରସିଦ୍ଧ ଗଜ ଭୋଗ ସହ ତରଣ । ସେଥିପାଇଁ ପୂଜକ ସମିତି ପକ୍ଷରୁ ସମସ୍ତ ଆୟୋଜନ କରାଯାଇଛି। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ପୀଠରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
