ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ପାଇଁ ଆଜି ଅନୁଷ୍ଠିତ ହେବ ଦେବ ନିର୍ବନ୍ଧ କାର୍ଯ୍ୟ ‘ପତରପେଣ୍ଡି’। ଦେବ ଦେବ ମହାଦେବ ଓ ଦେବୀ ପାର୍ବତୀଙ୍କ ବିବାହ ପାଇଁ ନିର୍ବନ୍ଧ ସମ୍ପନ୍ନ ହେବ।
ପରମ୍ପରା ଅନୁସାରେ ଆଜି ରାତିରେ ସମ୍ବଲପୁର ସହରର ନନ୍ଦପଡ଼ାର ବାଲୁଙ୍କେଶ୍ଵର ବାବାଙ୍କ ମନ୍ଦିରରୁ କନ୍ୟା ଅନ୍ୱେଷଣରେ ଶୋଭାଯାତ୍ରା ବାହାରିବ। ବିରାଟ ରୋଷଣୀରେ ବାଜା, ବାଣ ଓ ଲୋକ ନୃତ୍ୟ ସହ ସପ୍ତ ରୁଷି ପଣ୍ଡିତ ମଣ୍ଡଳୀଙ୍କ ସହ ବର ପିତା କନ୍ୟା ଅନ୍ୱେଷଣରେ ବାହାରିବେ।
Also Read
ବର ପିତା ଦେବୀ ପାର୍ବତୀଙ୍କ ପିତାଙ୍କ ଘରେ ପହଞ୍ଚିବେ। ବିଧି ଅନୁସାରେ ସେଠାରେ ପହଞ୍ଚି ବରପକ୍ଷ ଦେବୀ ପାର୍ବତୀଙ୍କ ସମ୍ପର୍କରେ ଜିଜ୍ଞାସା କରିବା ସହ ମହାଦେବଙ୍କ ଗୁଣ କୀର୍ତ୍ତନ ପୂର୍ବକ ଦେବୀ ପାର୍ବତୀଙ୍କ ସହ ତାଙ୍କର ବିବାହ ପାଇଁ ପ୍ରସ୍ତାବ ଦେବେ। ଶେଷରେ ଉଭୟ ପକ୍ଷ ବିବାହ ପାଇଁ ସହମତ ହେବା ପରେ ସର୍ଗି ପତ୍ର ବିଡ଼ା ଦେଇ ନିର୍ବନ୍ଧ କାର୍ଯ୍ୟ ସମ୍ପନ୍ନ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।
Events & Festivals
ବାଲୁକା କଳା ଉତ୍ସବ ପାଇଁ ସଜେଇ ହେଉଛି ଚନ୍ଦ୍ରଭାଗା ବେଳାଭୂମି
ଡିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ହେବାକୁ ଯାଉଛି ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ। ସେଥିପାଇଁ ଚନ୍ଦ୍ରଭାଗା ବେଳାଭୂମି ବେଶ ଉତ୍ସବ ମୁଖର ହୋଇଛି।