Advertisment

ଆଜି ପ୍ରଥମାଷ୍ଟମୀ, ପୋଢୁଆଁ ହେବେ ବଡ଼ ଠାକୁର

ନିଆଳି ବ୍ଳକର ମାଧବାନନ୍ଦ ଜୀଉଙ୍କ ପୀଠରୁ ପାଟ ବସ୍ତ୍ର, ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ ଫଳ ନେଇ ଭାର ଗତକାଲି ଶ୍ରୀକ୍ଷେତ୍ର ପହଞ୍ଚିଥିଲା ।

author-image
Niharika Rout
ଅଦ୍ୟତନ ହୋଇଛି
puri

puri

ଆଜି ପ୍ରଥମାଷ୍ଟମୀ । ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର । ଏନେଇ ଶ୍ରୀଜିଉଙ୍କ ମାମୁଘର ନିଆଳିରୁ ଶ୍ରୀମନ୍ଦିରକୁ ଆସିଛି ପୋଢୁଆଁ ଭାର।

Advertisment

ନିଆଳି ବ୍ଳକର ମାଧବାନନ୍ଦ ଜୀଉଙ୍କ ପୀଠରୁ ପାଟ ବସ୍ତ୍ର, ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ ଫଳ ନେଇ ଭାର ଗତକାଲି ଶ୍ରୀକ୍ଷେତ୍ର ପହଞ୍ଚିଥିଲା ।

ସେପଟେ ପ୍ରଥମାଷ୍ଟମୀ ପାଇଁ ପୁରପଲ୍ଲୀରେ ଉତ୍ସାହର ମାହୋଲ। ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ଅନୁଷ୍ଠିତ ହୋଇଛି ପୂଜାବିଧି । ମା’ମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିବା ସହ ଜ୍ୟେଷ୍ଠ ସନ୍ତାନକୁ ନୂତନ ବସ୍ତ୍ର ପିନ୍ଧାଇ ଫୁଲଚନ୍ଦନରେ ବନ୍ଦାପନା କରିଛନ୍ତି ।

Advertisment

ଆଜି ପ୍ରଥମାଷ୍ଟମୀରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର । ପ୍ରଥମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ହେଉଛି ସ୍ୱତନ୍ତ୍ର ନୀତି। ପ୍ରଥମାଷ୍ଟମୀ ପାଇଁ ଘରେ ଘରେ ଜ୍ୟେଷ୍ଠ ସନ୍ତାନଙ୍କୁ ପୂଜାର୍ଚ୍ଚନା କରାଯାଏ। ଏଥିସହ ବଡ଼ ପୁଅ ଝିଅଙ୍କୁ ନୂତନ ବସ୍ତ୍ର ପିନ୍ଧାଇ ସେମାନଙ୍କ ବନ୍ଦାପନା କରାଯାଏ ।

Puri