Puri Jagannath Temple
ଆଜି ପ୍ରଥମାଷ୍ଟମୀ। ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର। ଏନେଇ ଶ୍ରୀଜିଉଙ୍କ ମାମୁଘର ନିଆଳିରୁ ଶ୍ରୀମନ୍ଦିରକୁ ଆସିଛି ପୋଢୁଆଁ ଭାର।
Advertisment
ନିଆଳି ବ୍ଳକର ମାଧବାନନ୍ଦ ଜିଉଙ୍କ ପୀଠରୁ ପାଟ ବସ୍ତ୍ର, ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ ଫଳ ନେଇ ଭାର ଗତକାଲି ଶ୍ରୀକ୍ଷେତ୍ର ପହଞ୍ଚିଥିଲା। ପ୍ରଥମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି କରାଯିବ।
ପ୍ରଥମାଷ୍ଟମୀ ପାଇଁ ପୂରପଲ୍ଲୀରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି। ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ଅନୁଷ୍ଠିତ ହୋଇଛି ପୂଜାବିଧି। ମା’ମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିବା ସହ ଜ୍ୟେଷ୍ଠ ସନ୍ତାନକୁ ନୂତନ ବସ୍ତ୍ର ପିନ୍ଧାଇ ଫୁଲଚନ୍ଦନରେ ବନ୍ଦାପନା କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
