Debasnana Purnima
ଜୁନ ୨୨ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା। ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ୧୦୮ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି। ସ୍ନାନମଣ୍ଡପରେ ମହାପ୍ରଭୁ ଦିବ୍ୟସ୍ନାନ କରିବା ପରେ ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ। ଏଥିପାଇଁ ହାତୀବେଶର ସାଜ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।
ଅନ୍ୟପକ୍ଷରେ ଆଜି ଜ୍ୟେଷ୍ଠ ତ୍ରୟୋଦଶୀ ତିଥି ହୋଇଥିବାରୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଦଇତାପତି ସେବାୟତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି। ପହୁଡ ପରେ ଶ୍ରୀମୁଖ ଖଣ୍ଡୁଆ ଓ ବାହୁଟକଣ୍ଟ ନୀତି ସମ୍ପାଦିତ କରିବା ପରେ କୋଠସୁଆଁସିଆ ସେବକମାନେ ପହଣ୍ଡି ବିଜେ ପାଇଁ ରତ୍ନସିଂହାସନରେ ଚାରମାଳ ଵାନ୍ଧିବେ। ଏଥିସହ ଆସନ୍ତକାଲି ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତି ମାନେ ମହାପ୍ରଭୁଙ୍କ ସେନାପଟା ଲାଗି କରିବେ।
ଶନିବାର ସ୍ନାନ ପୂର୍ଣ୍ଣିମା ପଡୁଥିବାରୁ ପ୍ରବଳ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ଏହାସହ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଇଛି ପ୍ରଶାସନ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1718856898.jpg)