Advertisment

ସରିଲା ବାହାର ଚନ୍ଦନ ଯାତ୍ରା, ଶ୍ରୀମନ୍ଦିରରେ ଭିତର ଚନ୍ଦନଯାତ୍ରା ଆରମ୍ଭ

ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଷଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ଡପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବ।

author-image
Biswajit Samal
ଅଦ୍ୟତନ ହୋଇଛି
undefined

PURI

ଶ୍ରୀମନ୍ଦିରରେ ଆଜି ଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ରବିବାର ଜ୍ୟେଷ୍ଠ କୃଷ୍ଣ ଏକଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ।

Advertisment

ବୈଶାଖ ଶୁକ୍ଳ ତୃତୀୟା ବା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ ସ୍ନାନପୂର୍ଣ୍ଣିମା ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ। ୨୧ ଦିନ ବ୍ୟାପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଓ ପଞ୍ଚୁପାଣ୍ଡଵ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବା ପରେ ପରବର୍ତ୍ତୀ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ଅନୁଷ୍ଠିତ ହୋଇଥାଏ।

ଗୁରୁବାର (ଗତକାଲି) ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ହଳଦୀପାଣି ନୀତି ସରିବା ପରେ ଆଜିଠାରୁ ଶ୍ରୀଜୀଉ ମାନଙ୍କର ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହି ୨୧ ଦିନ ମହାପ୍ରଭୁଙ୍କ ଚନ୍ଦନ ଓ ଆଲଟ ଲାଗି କରାଯିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯିବ। ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଷଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ଡପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବ।

Advertisment
Puri Shreemandir Puri