Advertisment

ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ

ଚିତାଲାଗି କରି ଦଇତାପତି ସେବାୟତମାନେ ରତ୍ନସିଂହାସନରୁ ତଳକୁ ଓହ୍ଲାଇବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।

author-image
Jitendra Garnayak
Puri Temple

Puri Temple

ଆଜି ଶ୍ରାବଣ ଅମାବାସ୍ୟା ଅବସରରେ ଶ୍ରୀମନ୍ଦିରରେ ଚିତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କୁ ରତ୍ନଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି କରାଯିବ। ସେଥିପାଇଁ ଅପରାହ୍ନ ସାଢ଼େ ୨ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

Advertisment

ପ୍ରଥମ ଭୋଗ ମଣ୍ଡପ ଶେଷ ହେବା ପରେ ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିବା ପରେ ଶ୍ରୀଜୀଉଙ୍କ ଝୋବା ମଇଲମ କରାଯାଇ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ପତିମହାପାତ୍ର ସେବକ ସଂସ୍କାର କରିବା ପରେ ବାଡ଼ଗ୍ରାହୀ ଦଇତାପତିମାନେ ରତ୍ନସିଂହାସନାରେ ଅଧିଷ୍ଠିତ ଶ୍ରୀଜୀଉଙ୍କର ଚିତାଲାଗି କାର୍ଯ୍ୟ ସଂପନ୍ନ କରିବେ। ସ୍ନାନପୂର୍ଣ୍ଣିମା ଦିନ ରାତ୍ରିରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରୁ ଏହି ସୁବର୍ଣ୍ଣ ଚିତାକୁ ଓଲାଗି କରାଯାଇଥିଲା। ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା। ଆଜି ଏହି ସୋଲ ଚିତାକୁ ଓଲାଗି କରି ରତ୍ନଚିତା ଲାଗି କରାଯିବ। ଚିତାଲାଗି ନୀତି ସରିବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ। ତେବେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ସାଢ଼େ ୨ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

ଚିତାଲାଗି କରି ଦଇତାପତି ସେବାୟତମାନେ ରତ୍ନସିଂହାସନରୁ ତଳକୁ ଓହ୍ଲାଇବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। 

Advertisment
Puri Shreemandir Puri Temple