Advertisment

ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ

ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ।

Puri Temple

Puri Temple

Advertisment

ଶ୍ରାବଣ ଶୁକ୍ଳପକ୍ଷ ପ୍ରତିପ୍ରଦା ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଖସାପଡ଼ା ନୀତି। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ଦାରୁଦିଅଁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରୁ ଖସାପଡ଼ା ନୀତି ଅନ୍ୟତମ। ତେଣୁ ଏହି ନୀତି ନିମନ୍ତେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି।

Advertisment

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ। ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରକୁ ବିଜେ କରିବେ। ପରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ।

ଏହା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ନୀତି ଶେଷ କରି ଦଇତାପତିମାନେ ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ହେବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ଓ ସନ୍ଧ୍ୟା ଆଳତି ବଢ଼ି ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ।

Advertisment
Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe