Advertisment

ଆଜି ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ଅପରାହ୍ନ ୩ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଅଦ୍ୟତନ ହୋଇଛି
Puri

Puri

Advertisment

ଆଜି ଭାଦ୍ରବ- କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Advertisment

ସାନ୍ନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ୧୦୮ କୁମ୍ଭ ଜଳ ସ୍ନାନ ପରେ ଜ୍ୱରରେ ପୀଡିତ ହୋଇଥିଲେ। ଅଣସର ଗୃହରେ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କର ମସ୍ତକରୁ ରାହୁରେଖା ଓଲାଗି କରାଯାଇଥିଲା।

ସେହିଦିନ ଠାରୁ ସେମାନେ ଆଉ ରାହୁରେଖା ପରିଧାନ କରିନଥିଲେ।ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁବର୍ଣ୍ଣର ରାହୁରେଖା ଲାଗି କରାଯିବ। ଏଣୁ ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ଅପରାହ୍ନ ୩ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Advertisment
Puri Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe