Advertisment

ଆଜି ଅଁଳା ନବମୀ , ରାଧାପାଦ ଦର୍ଶନ ପାଇଁ ଭକ୍ତଙ୍କ ଗହଳି

ପୁରୀ ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ନୀତି ହେବ।

author-image
Niharika Rout
Radha Pada darshan

Radha Pada darshan

ଆଜି ପବିତ୍ର ଅଁଳା ନବମୀ । ପୁରୀ ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ନୀତି ହେବ। ରାଧାରାଣୀ ଓଡ଼ିଆଣୀ ବେଶରେ ଓ ଶ୍ରୀକୃଷ୍ଣ ନଟବର ବେଶରେ ସଜ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ବଡ଼ି ଭୋରରୁ ହଜାର ହଜାର ଶ୍ରଦ୍ଧାଳୁ ଲମ୍ବା ଧାଡ଼ିରେ ଛିଡ଼ା ହୋଇଛନ୍ତି।

Advertisment

ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ବର୍ଷକୁ ଥରେ ମାତ୍ର ଏହି ଦର୍ଶନର ସୌଭାଗ୍ୟ ପାଇଥାନ୍ତି | ତେଣୁ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା ।

ସୁରକ୍ଷା ପାଇଁ ବ୍ୟାପକ ଫୋର୍ସ ମୁତୟନ ସହିତ ପାନୀୟଜଳ, ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ଭିଡ଼ ଓ ଟ୍ରାଫିକ ପରିଚାଳନାକୁ ଗୁରୁତ୍ୱ ଦିଆଯାଇଛି।

Advertisment
Puri