Advertisment

କୁମାରପୂର୍ଣ୍ଣିମାରେ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ; ୬ ରାଶି ପାଇଁ ଅଶୁଭ

ଗ୍ରହଣ ସ୍ପର୍ଶ ସମୟରୁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନ, ଗ୍ରହଣ ଖଇକୋରା ଭୋଗ ନୀତି ସମ୍ପନ୍ନ ହେବ। ୬ଟି ରାଶି ପାଇଁ ଶୁଭ ହୋଇଥିବା ବେଳେ ୬ଟି ରାଶି ପାଇଁ ଅଶୁଭ ଫଳଦାୟକ ହୋଇଥାଏ।

author-image
Manoranjan Sial
Rasi

Rasi

ଆସନ୍ତା ୨୮ ତାରିଖ କୁମାରପୂର୍ଣ୍ଣିମାରେ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ଅନୁଷ୍ଠିତ ହେବ। ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତି ୧ ଘଣ୍ଟା ୪ ମିନିଟ ୫୫ ସେକେଣ୍ଡରେ। ଗ୍ରହଣ ସର୍ବମୋକ୍ଷ ରାତି ୨ଟା ୨୪ ମିନିଟ୍ ୨ ସେକେଣ୍ଡରେ। ଅର୍ଥାତ ଗ୍ରହଣର ଅବଧି ୧ ଘଣ୍ଟା ୧୯ ମିନିଟ୍‌ ୭ ସେକେଣ୍ଡ ରହିବ। ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ୪ ଘଣ୍ଟା ୪ ମିନିଟ୍‌ ୫୫ ସେକେଣ୍ଡଠାରୁ ରାତି ୨ଟା ୨୪ ମିନିଟ୍‌ ୨ ସେକେଣ୍ଡ ପର୍ଯ୍ୟନ୍ତ ପାକ ତ୍ୟାଗ, ଅନ୍ନ ଭୋଜନ ଓ ଦେବନୀତି ନିଷିଦ୍ଧ ରହିବ। କିନ୍ତୁ ଶ୍ରୀମନ୍ଦିରରେ ଗ୍ରହଣ ସ୍ପର୍ଶ ହେବା ମାତ୍ରେ ନୀତିକାନ୍ତି ଆରମ୍ଭ ହୋଇଥାଏ। ଏହା ଶ୍ରୀମନ୍ଦିରର ସ୍ଵତନ୍ତ୍ରତା। ସେହି ଦିନ ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ପରିକ୍ରମା କରିଥାନ୍ତି। ପ୍ରଥମେ ମାର୍କେଣ୍ଡେୟ ଆଶ୍ରମ, ଅଙ୍ଗିରା, ଭୃଗୁ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି। ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବେଜେ କରିବେ ବୋଲି ଜ୍ୟୋତିର୍ବିଦମାନେ କହିଛନ୍ତି।

Advertisment

ଗ୍ରହଣ ସ୍ପର୍ଶ ସମୟରୁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନ, ଗ୍ରହଣ ଖଇକୋରା ଭୋଗ ନୀତି ସମ୍ପନ୍ନ ହେବ। ୬ଟି ରାଶି ପାଇଁ ଶୁଭ ହୋଇଥିବା ବେଳେ ୬ଟି ରାଶି ପାଇଁ ଅଶୁଭ ଫଳଦାୟକ ହୋଇଥାଏ। ମେଷ, ବୃଷ, କର୍କଟ, ସିଂହ, କନ୍ୟା, ତୁଳା ପାଇଁ ଅଶୁଭ ଥିବା ବେଳେ ମିଥୁନ, ବିଛା, ଧନୁ, ମକର, କୁମ୍ଭ ଓ ମୀନ ପାଇଁ ଶୁଭ ଫଳଦାୟକ ବୋଲି କହିଛନ୍ତି ଜ୍ୟୋତିର୍ବିଦ। ସେପଟେ କୁମାରପୂର୍ଣ୍ଣିମାର ଠିକ୍‌ ପରଦିନ କାର୍ତ୍ତିକ ବ୍ରତଧାରୀ ହବିଷ୍ୟାଳୀମାନେ ବ୍ରତ ଶଙ୍କଳ୍ପ କରିବେ ଓ ସେହିଦିନ ଚକ୍ରରାଜ ସୁଦର୍ଶନ ମହାପ୍ରଭୁ ଚାରି ଆଶ୍ରମ ବିଜେ କରିବେ। ସେଥିପାଇଁ ପାଳିଆମାନେ ନୀତିକାନ୍ତି କରିବା ପାଇଁ ପ୍ରତିଶୃତି ଦେଇଛନ୍ତି।

Puri Sri Jagannath