ରଥଯାତ୍ରାରେ ଚାଲିବ ୩୧୫ ସ୍ବତନ୍ତ୍ର ଟ୍ରେନ୍। ଗତ ବର୍ଷ ଅପେକ୍ଷା ଏଥର ଅଧିକ ଟ୍ରେନ୍ ଚାଲିବ। ଆଜି ଏନେଇ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ରେଳ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ ନେଇ ସୂଚନା ଦେଇଛନ୍ତି। ତାସହ ଏଥର ରଥଯାତ୍ରାରେ ଅଧିକ ବ୍ୟବସ୍ଥା ହେବ। ୧୫ ହଜାର ଯାତ୍ରୀ ପୁରୀ ଷ୍ଟେସନରେ ରହଣୀ ନେଇ ବି ବ୍ୟବସ୍ଥା ହେବ ବୋଲି ସେ ଦୋହରାଇଛନ୍ତି।