Advertisment

ଜନ୍ମବେଦୀରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ; ଆଜିଠୁ ମିଳିବ ଆଡ଼ପ ଅବଢ଼ା

ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା।

author-image
Tapaswini Nayak
ଅଦ୍ୟତନ ହୋଇଛି
Adapa abhada

Adapa abhada

ଆଡ଼ପ ମଣ୍ଡପରେ ତିନି ଦିଅଁ। ଜନ୍ମବେଦୀରେ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା। ଆଡ଼ପ ଅବଢ଼ା ପାଇ କୃତ୍ୟ କୃତ୍ୟ ହେବେ ଅଗଣିତ ଜଗନ୍ନାଥ ପ୍ରେମୀ।  କୁହାଯାଏ ଏଇ ଆଡ଼ପ ଅବଢ଼ାରୁ କାଣିଚିଏ ପ୍ରାପ୍ତି  ହେଲେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ। ଆଜିଠୁ ୫ ଦିନ ଯାଏଁ ଆଡ଼ପ ଅବଢ଼ା ମିଳିବ।

Advertisment

ଏଥିପାଇଁ ଭକ୍ତଙ୍କ ସୁରକ୍ଷା ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତମାନେ ଯେପରି ଶୃଙ୍ଖଳିତ ଭାବେ ଆସି ମହାପ୍ରଭୁଙ୍କ ଦର୍ଶନ ଠିକ୍ ଭାବେ ପାଇବେ ଓ ଅବଢ଼ା ଖାଇ ସ୍ୱଗୃହକୁ ଫେରିପାରିବେ ସେଥିନିମନ୍ତେ ବ୍ୟବସ୍ଥା କରାଯାଇଛି।

ଗତରାତିରେ ରଥ ଉପରୁ ଗୋଟି ପହଣ୍ଡିରେ ଯାଇ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଥିଲେ ଶ୍ରୀଜିଉ। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ ଭାଇ ବଳଭଦ୍ର, ତାପରେ ଭଉଣୀ ସୁଭଦ୍ରା ଏବଂ ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ମହାପ୍ରଭୁଙ୍କ ଆଡପ ବିଜେ ଦେଖିବାକୁ ଲୋକାରଣ୍ୟ ହୋଇପଡ଼ିଥିଲା ଶ୍ରୀକ୍ଷେତ୍ର। ପହଣ୍ଡି ବେଳେ ଘଣ୍ଟଘଣ୍ଟା ସାଙ୍ଗକୁ ଭକ୍ତଙ୍କ ହରିବୋଲ ଓ ଜୟ ଜଗନ୍ନାଥ ଧ୍ୱନିରେ ମୁଖରିତ ହୋଇଥିଲା ପରିବେଶ। ଲକ୍ଷାଧିକ ସଂଖ୍ୟାରେଭକ୍ତ ଚତୁର୍ଦ୍ଧା ବିଗ୍ରହଙ୍କ ଆଡ଼ପ ପହଣ୍ଡି ଦେଖିବାର ସୌଭାଗ୍ୟ ଅର୍ଜନ କରିଥିଲେ।

Advertisment
Ratha Yatra Puri Shreemandir Puri