Advertisment

ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି, କାଲି ନିଳାଦ୍ରୀ ବିଜେ

ଅଧରପଣା ନୀତିକାନ୍ତି ଠିକ୍ ଭାବେ ତୁଲାଇବାକୁ ମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି।

Shree Balabhadra

Shree Balabhadra

Advertisment

ସରି ସରି ଆସୁଛି ବଡଦାଣ୍ଡରେ ଶ୍ରୀଜିଉଙ୍କ ଲୀଳାଖେଳ। ଆଜି ମହାପ୍ରଭୁଙ୍କ ପବିତ୍ର ଅଧରପଣା ନୀତି। ସନ୍ଧ୍ୟା ବେଳେ ରଥାରୁଢ଼ ଠାକୁରଙ୍କ ପାଖରେ ଲାଗି ହେବ ଅଧରପଣା। ଏଥିପାଇଁ ପ୍ରତି ରଥରେ ଶ୍ରୀଜିଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ କରାଯାଇଥାଏ। ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀରେ ପ୍ରସ୍ତୁତ ୯ଟି ଅଧର ହାଣ୍ଡିକୁ ରଥରେ ଥିବା ପାର୍ଶ୍ୱ ଦେବଦେବୀ ଓ ଚଣ୍ଡି ଚାମଣ୍ଡାଙ୍କ ତୃପ୍ତି ଉଦ୍ଦେଶ୍ୟରେ ଭଙ୍ଗାଯାଇଥାଏ।

Advertisment

ଆଜି ରାତି ୮ଟାରେ ଅଧରପଣା ନୀତି ଶେଷ ହେବ। ଏହାପରେ ରାତି ୯ଟାରେ ମହାସ୍ନାନ ଓ ପରେ ରାତି ୧୦ଟାରେ ମଇଲମ ଓ ବେଶ ହେବ। ରାତି ସାଢ଼େ ୧୦ଟାରେ ସଂଧ୍ୟା ଆଳତି ହୋଇ ଅନ୍ୟାନ୍ୟ ନୀତିକାନ୍ତି କରାଯିବ। ଅଧରପଣା ନୀତିକାନ୍ତି ଠିକ୍ ଭାବେ ତୁଲାଇବାକୁ ମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି।

ଗତକାଲି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ତିନି ଦିଅଁଙ୍କ ଦିବ୍ୟ ଦୁର୍ଲଭ ସୁନାବେଶ ଦର୍ଶନ କରିଥିବା ବେଳେ, ଆଜି ମଧ୍ୟ ଶ୍ରୀଜିଉଙ୍କ ଅଧରପଣା ନୀତି ଦେଖିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବା ସମ୍ଭାବନା ରହିଛି। ଆସନ୍ତାକାଲି ହେବ ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ।

Advertisment
Ratha Yatra Puri Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe