Advertisment

‘ରଥ ଉପରେ ମୋବାଇଲ୍ ନିଷେଧ’

ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Arabinda Padhee

Arabinda Padhee

ରଥ ଉପରେ ମୋବାଇଲ ଫୋନ ବ୍ୟବହାର କରାଯିବ ନାହିଁ। ଏଥିସହ କେହି ରଥ ଉପରେ ସେଲଫି ମଧ୍ୟ ନେଇପାରିବେ ନାହିଁ। ଆମର ଯେଉଁ ବ୍ୟବସ୍ଥାବଳି ଅଛି ସେଥିରେ ଏହା ସ୍ପଷ୍ଟ ଉଲ୍ଲେଖ କରାଯାଇଛି। ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଆଜି ଦାୟିତ୍ୱ ନେବା ପରେ ଏଭଳି କିଛି କଡ଼ା ଆଭିମୁଖ୍ୟ ଗଣମାଧ୍ୟମ ଆଗରେ ରଖିଛନ୍ତି।

Advertisment

ସେ କହିଛନ୍ତି,ଣ ସେବାୟତ ରଥ ଉପରକୁ ମୋବାଇଲ୍ ନେଉଥିବା ପରିଲକ୍ଷିତ ହେଉଛି। ଏଭଳି ବିଶୃଙ୍ଖଳା ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେବା ସହ ଜଡ଼ିତ ନଥିଲେ ରଥ ଉପରକୁ କେହି ଯାଇ ପାରିବେନି। ଏଥିପାଇଁ ସେବାୟତମାନଙ୍କ ସହଯୋଗ କାମନା କରୁଛୁ। ଆମେ ଆଶା କରୁଛୁ ସେମାନେ ଆମକୁ ସହଯୋଗ କରିବେ। ଯାହାଦ୍ୱାରା ଆମ ସଂସ୍କୃତି ପ୍ରଚାର ପ୍ରସାର ପରିବର୍ତ୍ତେ ଯେପରି କୌଣସି ନିନ୍ଦା ଆସିବନି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆହୁରି କହିଛନ୍ତି, ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ସେଥିପାଇଁ ଠାକୁରଙ୍କ ପାଖରେ କ୍ଷମା ପ୍ରାର୍ଥନା କରୁଛୁ। ଏଥିପାଇଁ କମିଟି ଗଠନ କରାଯାଇଛି। କମିଟିର ରିପୋର୍ଟ ଆସିବା ଯାଏ ଆମେ ଅପେକ୍ଷା କରିବା। ଏହି ଘଟଣାର ଯେଭଳି ପୁନରାବୃତ୍ତି ନ ହେବ ସେଥିପ୍ରତି ଶ୍ରୀମନ୍ଦିର ପ୍ରଶାସନ ଧ୍ୟାନ ଦେବ। ମହାପ୍ରଭୁଙ୍କ ଅନ୍ୟ ନୀତିକାନ୍ତି ଗୁଡ଼ିକ ସୁରୁଖୁରରେ ସମ୍ପାଦନ କରାଯିବ। ଶ୍ରୀଜିଉଙ୍କ ନୀତି କିପରି ଭାବ ଶୃଙ୍ଖଳିତ ଭାବେ ହେବା ତା’ ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯିବ। କିଭଳି ସମସ୍ତ ନିୟମ ଅନୁସାରେ ନୀତିକାନ୍ତି ହେବ ତାକୁ ସବୁଠୁ ଅଧିକ ପ୍ରାଧାନ୍ୟ ଦିଆଯିବ।

Advertisment

ସୂଚନାଯୋଗ୍ୟ, ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀ ଦାୟିତ୍ୱ ନେବା ପରେ ଗୁଣ୍ଡିଚା ମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର। ୨୦୧୪ରେ ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କର ଅନେକ ଅନୁଭୂତି ଓ ଅଭିଜ୍ଞତା ରହିଛି।  

Ratha Yatra Puri Shreemandir Puri