Advertisment

ପାଖେଇ ଆସୁଛି ଘୋଷଯାତ୍ରା, ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପାଖେଇ ଆସୁଛି ମହାପ୍ରଭୁଙ୍କ ଘୋଷଯାତ୍ରା । ଏଥିପାଇଁ ପୁରୀରେ ଚାଲିଛି ଜୋରସୋର ପ୍ରସ୍ତୁତି। ଆଜି ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Mohan Majhi

Mohan Majhi

Advertisment

ପାଖେଇ ଆସୁଛି ମହାପ୍ରଭୁଙ୍କ ଘୋଷଯାତ୍ରା । ଏଥିପାଇଁ ପୁରୀରେ ଚାଲିଛି ଜୋରସୋର ପ୍ରସ୍ତୁତି। ଆଜି ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ରଥ ଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ନେଇ ତତ୍ପର ହୋଇ ଉଠିଛି ପ୍ରଶାସନ ଓ ପୁଲିସ୍‌।

Advertisment

ପୁରୀ ପୌରସଦନରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସମୀକ୍ଷା ବୈଠକରେ ଯୋଗଦେବେ। ରଥ ନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଅନୁଧ୍ୟାନ କରିବେ।

ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିବେ ।

Advertisment

ଜୁଲାଇ ୭ ଓ ୮ ଦୁଇ ଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ଉଭୟ ପୁଲିସ ପ୍ରଶାସନ ଓ ନୂଆ ରାଜ୍ୟ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏହି ସମୟରେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ଏହାକୁ ସୁରୁଖୁରରେ ସମ୍ପାଦନ କରିବାକୁ ଜୋରଦାରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଏହି ଅବସରରେ ମନ୍ଦିର ଭିତରକୁ VIPଙ୍କ ପ୍ରବେଶକୁ ବାରଣ କରାଯାଇଛି। ରଥଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଗତକାଲି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । 

Puri Ratha Yatra Ratha Yatra Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe