Advertisment

ଶରଧାବାଲିରେ ଚତୁର୍ଦ୍ଧା ମୂର୍ତ୍ତି, କାଲି ଆଡପ ବିଜେ

ଆଜି ଓ ଆସନ୍ତାକାଲି ମଧ୍ୟ ଦିନ ତମାମ ଶ୍ରୀଜିଉଙ୍କୁ ରଥ ଉପରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।

author-image
Tapaswini Nayak
ଅଦ୍ୟତନ ହୋଇଛି
Puri

Puri

ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ। ଅଧାରେ ଅଟକିଥିବା ଦର୍ପଦଳନ ଓ ନନ୍ଦିଘୋଷ ରଥକୁ ଶ୍ରଦ୍ଧାଳୁମାନେ ଟାଣି ନେଇ ଆଜି ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲଗାଛନ୍ତି। ଗତକାଲି ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଥିଲା।

Advertisment

ତେବେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ମାଉସୀ ମାଆ ଛକ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ବଡ଼ଶଙ୍ଖ ନିକଟରେ ଅଟକି ଥିଲା। ଆଜି ସକାଳୁ ପୁଣି ଥରେ ରଥଟଣା ଆରମ୍ଭ ହୋଇଥିଲା। ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଏକାଠି ହୋଇ ରଥ ଟାଣିବାର ସୁଯୋଗ ପାଇଛନ୍ତି। ଆଜି ଓ ଆସନ୍ତାକାଲି ମଧ୍ୟ ଦିନ ତମାମ ଶ୍ରୀଜିଉଙ୍କୁ ରଥ ଉପରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। କାଲି ସଂଧ୍ୟାରେ ଶ୍ରୀଜିଉମାନେ ଗୋଟି ପହଣ୍ଡିରେ ଆଡପ ମଣ୍ଡପ ବିଜେ
କରିବାକୁ ଥିବା ବେଳେ ଶୁକ୍ରବାର ଭକ୍ତମାନେ ଆଡପ ଅବଢ଼ା ପାଇବେ।

ସୂଚନାଯୋଗ୍ୟ, ଠିକଣା ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଗତକାଲି ରଥ ନପହଞ୍ଚି ପାରିବା ନେଇ ବହୁ ଭକ୍ତ ଓ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଅସନ୍ତୋଷ ପ୍ରକାଶ କରିଥିଲେ। ଶାସ୍ତ୍ରରେ ଉଲ୍ଲେଖ ଥିବା ମତ ଓ ବହୁବର୍ଷ ଧରି ଚାଲି ଆସୁଥିବା ବ୍ୟବସ୍ଥା ଭିତରେ ଅନ୍ତର ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ସେମାନେ ମତ ପ୍ରକାଶ କରିଥିଲେ।

Advertisment
Puri Shreemandir Puri Puri Temple