Advertisment

କାଲି ମହାପ୍ରଭୁଙ୍କ ସ୍ନାନ ଯାତ୍ରା, ଅପରାହ୍ନ ୨ଟା ୪୦ରେ ଶ୍ରୀଜିଉଙ୍କ ହାତୀବେଶ

ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନ ଯାତ୍ରା। ୧୦୮ କୁମ୍ଭ ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି।

ଅଦ୍ୟତନ ହୋଇଛି
Puri

Puri

Advertisment

ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନ ଯାତ୍ରା। ୧୦୮ କୁମ୍ଭ ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି ଦଇତାପତି ସେବାୟତ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି।

Advertisment

ଆସନ୍ତାକାଲି ଭୋର୍ ୪ଟାରୁ ୬ଟା ମଧ୍ୟରେ ମହାପ୍ରଭୁଙ୍କ ପହଣ୍ଡି କରାଯିବ। ଦିନ ୧୧ଟା ୨୦ରୁ ୧୨ଟା ୪୫ ମଧ୍ୟରେ ଜଳ ବିଜେ, ପୂଜା ଓ ସ୍ନାନ ନୀତି ସଂପନ୍ନ ହେବ। ଅପରାହ୍ନ ୨ଟା ୪୦ରେ ଶ୍ରୀଜିଉଙ୍କ ହାତୀବେଶ ଆରମ୍ଭ ହେବ। ସନ୍ଧ୍ୟା ୬.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ସାହାଣ ମେଲା ଦର୍ଶନ ରହିଛି। ମହାପ୍ରଭୁଙ୍କ ଶୃଙ୍ଖଳିତ ଗଜାନନ ବେଶ ଦର୍ଶନ ପାଇଁ ପ୍ରସ୍ତୁତି କରିଛି ପ୍ରଶାସନ।

puriମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ପ୍ରସ୍ତୁତି ।

ଏହାପରେ ରାତି ୧୦ଟା ୩୦ରୁ ଗୋଟାଏ ମଧ୍ୟରେ ବାହୁଡ଼ା ପହଣ୍ଡି ପାଇଁ ସମୟ ଧାର୍ଯ୍ୟ ହୋଇଛି। ସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ।

Advertisment
Ratha Yatra Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe