Advertisment

ଅଣସର ଘରେ ମହାପ୍ରଭୁ, ଅଲାରନାଥ ପୀଠରେ ଭକ୍ତଙ୍କ ଭିଡ଼

ଶ୍ରୀଜିଉ ଅଣସର ଘରେ ଥିବାରୁ ବ୍ରହ୍ମଗିରି ଅଲାରନାଥ ପୀଠରେ ଆଜିଠାରୁ ଦେଖିବାକୁ ମିଳିଛି ଶ୍ରଦ୍ଧାଳୁଙ୍କ ଭିଡ଼।

ଅଦ୍ୟତନ ହୋଇଛି
alaranath

alaranath

Advertisment

ଶ୍ରୀମନ୍ଦିରରେ ସ୍ନାନ ବେଦୀରେ ଦିବ୍ୟ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି ମହାପ୍ରଭୁ। ତେଣୁ ଅଣସର ଘରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଅଣସର ଘରେ ଚାଲିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ନୀତି। ସେଥିପାଇଁ ରତ୍ନସିଂହାସନରେ ମହାପ୍ରଭୁଙ୍କ ଦର୍ଶନ ପାଇ ପାରିବେନି ଶ୍ରଦ୍ଧାଳୁ। ଏହି ସମୟରେ ସେମାନଙ୍କ ସ୍ଥାନରେ ପୂଜା ପାଇବେ ପଟ୍ଟି ଦିଅଁ। ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ନାରାୟଣ, ବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବ ଓ ଦେବୀ ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ୱରୀ ପଟ୍ଟି ଦିଅଁ ଭାବେ ପୂଜା ପାଇବେ। ଏଥିପାଇଁ ବିଳମ୍ବିତ ରାତିରେ ପଟ୍ଟି ଦିଅଁ ଓ ଅନ୍ୟ ଦେବାଦେବୀ– ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମ, କୃଷ୍ଣ ଓ ନୃସିଂହ ଭଗବାନଙ୍କ ପଟ୍ଟି ଦିଅଁ ବି ଶ୍ରୀମନ୍ଦିରକୁ ବିଜେ କରିଛନ୍ତି। ଅନ୍ୟପଟେ ବିଳମ୍ବିତ ରାତିରେ ବାହୁଡ଼ା ପହଣ୍ଡି ଶେଷ ପରେଶ୍ରୀଜିଉଙ୍କ ସୁନାଚିତା ଓ ରାହୁଲେଖା ମଇଲମ ନୀତି ଅନୁଷ୍ଠିତ ହୋଇଛି।

Advertisment

ଶ୍ରୀଜିଉ ଅଣସର ଘରେ ଥିବାରୁ ବ୍ରହ୍ମଗିରିର ଅଲାରନାଥ ପୀଠରେ ଆଜିଠାରୁ ଦେଖିବାକୁ ମିଳିଛି ଶ୍ରଦ୍ଧାଳୁଙ୍କ ଭିଡ଼। ଭୋରରୁ ଅଲାରନାଥ ପୀଠରେ ଦ୍ୱାର ଫିଟା, ମଙ୍ଗଳ ଆଳତି ଓ ତଡ଼ପଲାଗି ନୀତି ପରେ ସକାଳ ୬ଟାରୁ ସାଧାରଣ ଦର୍ଶନ ଆରମ୍ଭ ହୋଇଛି। ସକାଳୁ ସକାଳୁ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିଛି। ବିଶ୍ୱାସ ରହିଛି ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ। ଶ୍ରୀଜଗନ୍ନାଥଙ୍କୁ ଶ୍ରୀମନ୍ଦିରରେ ଦର୍ଶନ କଲେ ଯେଉଁ ଫଳ ପ୍ରାପ୍ତି ହୋଇଥାଏ, ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେହି ଫଳ ପ୍ରାପ୍ତି ହୋଇଥାଏ। ଶ୍ରୀମନ୍ଦିର ଭୋଗନୀତି ପରି ଅଲାରନାଥ ପୀଠରେ ମଧ୍ୟ ଭୋଗ ହୁଏ ।

ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଅଲାରନାଥଙ୍କ ପୀଠରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଜଣେ ଏସପି, ୨ ଜଣ ଡିଏସପି ଓ ୪ ଜଣ ଇନସପେକ୍ଟରଙ୍କ ସମେତ ୬ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।

Advertisment

Ratha Yatra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe