Advertisment

ଆଜି ହେରା ପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ

ହେରାପଞ୍ଚମୀ ନୀତିପରେ ବାହୁଡାଯାତ୍ରା ପ୍ରସ୍ତୁତି ଆରମ୍ଭ ହୋଇଥାଏ।

author-image
Tapaswini Nayak
ଅଦ୍ୟତନ ହୋଇଛି
maaLaxmi

maaLaxmi

ଆଜି ହେରା ପଞ୍ଚମୀ। ପରମ୍ପରା ଅନୁଯାୟୀ, ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ  ମା’ ଅଭିମାନ କରିଛନ୍ତି। ସେହିପରି ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି  ମା’ଲକ୍ଷ୍ମୀଙ୍କୁ କହିଥାନ୍ତି। ଏଥିରେ ରାଗିଯାଇ ଫେରିଲା ବେଳେ ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ।

Advertisment

ହେରାପଞ୍ଚମୀ ନୀତିପରେ ବାହୁଡାଯାତ୍ରା ପ୍ରସ୍ତୁତି ଆରମ୍ଭ ହୋଇଥାଏ। ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ ଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ଆଜ୍ଞାମାଳକୁ ତିନି ଜଣ ପାଳିଆ ପୂଜା ପଣ୍ଡା ହସ୍ତରେ ଧାରଣ କରି ଘଣ୍ଟ, ଛତା ଓ କାହଳି ସହ ତିନି ରଥକୁ ଉକ୍ତ ଆଜ୍ଞାମାଳ ପ୍ରଦାନ କରିଥାନ୍ତି। ଏହା ପରେ ତିନି ରଥର ଦକ୍ଷିଣ ମୋଡ଼ ହୋଇଥାଏ।  ତିନିରଥ ଶ୍ରୀଗୁଣ୍ଡିଚା ମନ୍ଦିରର ସିଂହଦ୍ୱାରଠାରେ ଥାଏ।

ନୀତି ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଟଣା ହୋଇଥାଏ। ଏହାପରେ ବଳଭଦ୍ରଙ୍କ ତାଳଧ୍ୱଜ ଓ ଶେଷରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ରଖାଯାଇଥାଏ।

Advertisment
Ratha Yatra Puri Shreemandir Puri