Advertisment

ଆଜି ତ୍ରୟୋଦଶୀ ତିଥି; ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଖଳି ପ୍ରସାଦ

ଶୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଙ୍ଗଣରେ ରଖି ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିବେ। ଖଳି ଲାଗି ପୂର୍ବରୁ ସଂପନ୍ନ ହେବ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି।

author-image
Niharika Rout
ଅଦ୍ୟତନ ହୋଇଛି
Khalilagi Niti

Khalilagi Niti

ମହାପ୍ରଭୁଙ୍କ ଅଣସରର ଆଜି ତ୍ରୟୋଦଶୀ ତିଥି। ଆଜି ଶ୍ରୀଜିଉଙ୍କର ଘଣା ଓ ଖଳି ପ୍ରସାଦ ଲାଗି ନୀତି କରାଯିବ। ଏଥିସହ ଖଳି ପ୍ରସାଦ ଲାଗି ମଧ୍ୟ ହେବ। ଶୁଦ୍ଧ ସୁଆରଙ୍କ ଘରଠାରୁ ଘଣ୍ଟ, ଛତା, କାହାଳି ସହ ଖଳି ପ୍ରସାଦ ଶ୍ରୀମନ୍ଦିରକୁ ବିଜେ କରାଯିବ।

Advertisment

ଶୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଙ୍ଗଣରେ ରଖି ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିବେ। ଖଳି ଲାଗି ପୂର୍ବରୁ ସଂପନ୍ନ ହେବ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି।

ତା’ପୂର୍ବରୁ ନୂତନ ବିଗ୍ରହଙ୍କୁ ଗୋପନ ସେବାରେ ଦଇତା ଓ ପତିମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳିରେ ରକ୍ତ ବସ୍ତ୍ର ଆବରଣ କରିବେ। ନବଯୌବନ ଦର୍ଶନ ପୂର୍ବରୁ ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗରେ ଶେଷ ଦଫାରେ ବିଳମ୍ବିତ ରାତିରେ ଖଳି ଲାଗି କରାଯିବ।

Advertisment

ଏହି ଖଳିକୁ ଶୁଦ୍ଧ ସୁଆରମାନେ ନିଜ ନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି। ଶ୍ରୀମନ୍ଦିରରୁ ଘଣ୍ଟ, ଛତା ସହ ଡକାରା ଯାଇଥାଏ। ବିଜେ କାହାଳି, ବଜୟନ୍ତ୍ରୀ, ଘଣ୍ଟ ଛତା ସହ ଶୋଭାଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ନିମନ୍ତେ ତିନି ଶୁଦ୍ଧ ସୁଆର ଅଧିବାସିତ ଖଳି ପ୍ରସାଦକୁ ଶ୍ରୀମନ୍ଦିରକୁ ବିଜେ କରାଇବେ। ବିଳମ୍ବିତ ରାତିରେ ଏହି ଖଳିକୁ ଶ୍ରୀବିଗ୍ରହଙ୍କୁ ଲାଗି କରିବେ ଦଇତାପତି ସେବକ।

Ratha Yatra Puri Shreemandir