Advertisment

ଜନ୍ମବେଦୀରେ ସରିଲା ଲୀଳାଖେଳା; ଆଜି ବାହୁଡ଼ିବେ ମହାବାହୁ

ପରମ୍ପରା ଅନୁସାରେ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ପରେ ଦିନ ୧୨ଟାରେ ପହଣ୍ଡି ଆରମ୍ଭ ହେବ।

ଅଦ୍ୟତନ ହୋଇଛି
Bahuda Yatra 2024

Three chariots

Advertisment

ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ। ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି।

Advertisment

ପରମ୍ପରା ଅନୁସାରେ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ପରେ ଦିନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ୪ଟାରେ ରଥଟଣା ପାଇଁ ସମୟ ଧାର୍ଯ୍ୟ ହୋଇଛି।

 Bahuda Yatra 2024 Live Updates: ଶ୍ରୀମନ୍ଦିରକୁ ଫେରୁଛନ୍ତି କଳିଆ ସାଆନ୍ତ, ବଡ଼ଦାଣ୍ଡେ ଲାଗିଛି ଗହଳି

Advertisment

ରଥଟଣା ସରିବା ପରେ ରଥ ଉପରେ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ସମ୍ପନ୍ନ ହେବ। ବାହୁଡ଼ା ନୀତିକାନ୍ତିକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ବାହୁଡ଼ା ଯାତ୍ରାରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଭକ୍ତଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

Ratha Yatra Puri Bahuda Yatra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe