Advertisment

ଜ୍ୱରରେ ପୀଡିତ ମହାପ୍ରଭୁ; ଆଜି ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନ ମଣ୍ଡପରେ ୧୦୮ ଗଡୁ ସୁବାସିତ ଜଳରେ ସ୍ନାନ କରିବାପରେ ମହାପ୍ରଭୁ ଜ୍ୱରରେ ପଡ଼ିଥାନ୍ତି।

ଅଦ୍ୟତନ ହୋଇଛି
phuluri oil

phuluri oil

Advertisment

ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ। ବଡ ଓଡ଼ିଆ ମଠ ପକ୍ଷରୁ ଏହି ଫୁଲରୀ ତେଲ ପ୍ରଦାନ କରାଯାଇଥାଏ। ହେରାପଞ୍ଚମୀ ତିଥିରେ ୨ଟି ମାଟି ନିର୍ମିତ ଘୁମାରେ ଘଣାପେଡା ରାଶିତେଲରେ ବିଭିନ୍ନ ଔଷଧୀୟ ଦ୍ରବ୍ୟ ମିଶ୍ରଣ କରାଯାଇଥାଏ। ପରେ ସେଥିରେ ଔଷଧୀୟ ଦ୍ରବ୍ୟ ସହ ଅନେକ ସୁବାସିତ ଫୁଲ ମିଶ୍ରଣ କରାଯାଇଥାଏ।

Advertisment

ଏହି ତେଲକୁ ହେରାପଞ୍ଚମୀ ତିଥିରୁ ବର୍ଷେ ପର୍ଯ୍ୟନ୍ତ ମାଟିତଳେ ପୋତା ଯାଇ ରଖାଯାଇଥାଏ। ଗୋଟିଏ ବର୍ଷ ପରେ ଘୁମାରେ ଥିବା ତେଲକୁ ମାଟିତଳୁ କଢା ଯାଇଥାଏ। ଯାହାକୁ ଫୁଲରୀ ତେଲ ବୋଲି କୁହାଯାଇଥାଏ। ପରେ ସେହି ଫୁଲରୀ ତେଲକୁ ଶ୍ରୀମନ୍ଦିର ଭିତରକୁ ପଠାଯାଇଥାଏ। ସେଥିରେ ମହାପ୍ରଭୁ ମାଲିସ ହୋଇଥାଆନ୍ତି। ଏହି ତେଲ୍‌ରେ ମାଲିସ୍‌ ହେବା ପରେ ମହାପ୍ରଭୁ ଅଂଶରେ ସୁସ୍ଥ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି।

ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନ ମଣ୍ଡପରେ ୧୦୮ ଗଡୁ ସୁବାସିତ ଜଳରେ ସ୍ନାନ କରିବାପରେ ମହାପ୍ରଭୁ ଜ୍ୱରରେ ପଡ଼ିଥାନ୍ତି। ତେଣୁ ୧୫ ଦିନ ଅଣସର ପିଣ୍ଡିରେ ମହାପ୍ରଭୁଙ୍କୁ ଗୁପ୍ତ ସେବା କରିଥାନ୍ତି ଦଇତାପତି।  ଅନ୍ୟପକ୍ଷରେ ରଥ ଯାତ୍ରା ପାଇଁ ଚଳଚଞ୍ଚଳ ରଥ ଖଳା। ଜୋରସୋରରେ ତିନି ରଥ ନିର୍ମାଣ କାମଚାଲିଛି। 

Advertisment
Ratha Yatra Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe