Advertisment

ଧାର୍ଯ୍ୟ ସମୟ ପୂର୍ବରୁ ଆରମ୍ଭ ହେଲା ପହଣ୍ଡି

ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ କରାଯିବାକୁ ଧାର୍ଯ୍ୟ କରାଯାଇଥିଲା।

author-image
Jitendra Garnayak
ଅଦ୍ୟତନ ହୋଇଛି
Puri Jagannath Pahandi Bije 2024

Pahandi

ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଶ୍ରୀଜିଉଙ୍କ ଅପେକ୍ଷାରେ ରଥ ଆଉ ପଥ । ଶ୍ରୀମନ୍ଦିରର ସିଂହଦ୍ୱାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ। ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ ସହ ଦଉଡ଼ି ଟାଣି ଜୀବନକୁ କୃତାର୍ଥ କରିବାକୁ ଭକ୍ତପ୍ରାଣ ଉଚ୍ଛନ୍ନ। ଆଉ ଏ ଭିତରେ ଆରମ୍ଭ ହୋଇଯାଇଛି ମହାପ୍ରଭୁଙ୍କ ପହଣ୍ଡି। ଧାର୍ଯ୍ୟ ସମୟର ଢେର ପୂର୍ବରୁ ଆରମ୍ଭ ହୋଇଯାଇଛି ପହଣ୍ଡି।

Advertisment

 Live Updates: ଝୁଲି ଝୁଲି ଆସୁଛି କାଳିଆ; ରଥଯାତ୍ରା ୨୦୨୪ ଲାଇଭ ଅପଡେଟ୍ ଦେଖିବା ପାଇଁ ଏହି ଲିଙ୍କରେ କ୍ଲିକ୍ କରନ୍ତୁ...

ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ କରାଯିବାକୁ ଧାର୍ଯ୍ୟ କରାଯାଇଥିଲା। ପହଣ୍ଡି ଅପରାହ୍ନ ଅଢ଼େଇଟା ସୁଦ୍ଧା ସାରିବାକୁ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟର ଦେଢ଼ ଘଣ୍ଟାରୁ ଆହୁରି ପୂର୍ବରୁ ଆରମ୍ଭ ହୋଇଯାଇଛି ପହଣ୍ଡି। ଶ୍ରୀ ସୁଦର୍ଶନ ଧାଡ଼ି ପହଣ୍ଡିରେ ଆସି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ବିଜେ କରିସାରିଛନ୍ତି। ତାଙ୍କ ପରେ ମହାପ୍ରଭୁ ଶ୍ରୀବଳଭଦ୍ରଙ୍କୁ ପହଣ୍ଡି କରି ଅଣାଯାଉଛି।

Advertisment

ଅପରାହ୍ନ ୪ଟାରେ ଛେରାପହଁରା ଓ ଅପରାହ୍ନ ୫ଟାରେ ରଥ ଟାଣିବାକୁ ନୀତି ନିର୍ଘଣ୍ଟ ହୋଇଛି। ତେବେ ଲାଗୁଛି ତା’ ପୂର୍ବରୁ ଅନ୍ୟାନ୍ୟ ନୀତିକାନ୍ତି ଓ ଛେରାପହଁରା ନୀତି ସଂପନ୍ନ ହୋଇଯିବ।

Ratha Yatra Puri Srimandir