Advertisment

ଆଜି ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କାଲି ଯିବେ ପୁରୀ

ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିବେ। ଆସନ୍ତାକାଲି ସକାଳୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

author-image
Niharika Rout
president of india

president of india

ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିବେ। ବିମାନ ବନ୍ଦରରୁ ସିଧାସଳଖ ଯିବେ ଜୟଦେବ ଭବନ। ସେଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ରାଷ୍ଟ୍ରପତି ରାଜଭବନରେ ରାତ୍ରି ଯାପନ କରିବେ।

Advertisment

ଆସନ୍ତାକାଲି ସକାଳୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ରଥଯାତ୍ରାରେ ସେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ।

ବ୍ଲୁ ବୁକ୍ ଅନୁଯାୟୀ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ତାଙ୍କ ରୁଟକୁ ନୋ ଫ୍ଲାଇଙ୍ଗ ଜୋନ କରାଯିବ। ତାଙ୍କ ଗସ୍ତ ରାସ୍ତାକୁ ସିଲ୍ କରାଯିବ। ରାଷ୍ଟ୍ରପତିଙ୍କ ସୁରକ୍ଷାରେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ସହ ରାଜ୍ୟ ପୁଲିସ ଟିମ୍ ବି ମୁତୟନ ହେବେ । ରୁଫ ଟପ୍ ସାର୍ପ ସୁଟର ସ୍ନାଇପର ସଜାଗ ରହିବେ।

Advertisment

ରାଷ୍ଟ୍ରପତିଙ୍କ କାର୍ଯ୍ୟସୂଚୀ ସମ୍ପର୍କରେ ଜଣାଯାଇଛି, ସେ ଆସନ୍ତାକାଲି ପୁରୀ ଗସ୍ତ କରି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦର୍ଶନ କରିବେ । ୮ତାରିଖ ସକାଳୁ ପୁରୀ ସମୁଦ୍ର ବେଳାଭୂମିରେ ପ୍ରାତଃଭ୍ରମଣ କରିବେ। ଏହାପରେ ସେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫଟସ୍ ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ ।

ସେହିଦିନ ଅପରାହ୍ନରେ ଭୁବନେଶ୍ୱରର ମେଣ୍ଢାଶାଳ ହରିଡ଼ାମଡ଼ାସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଂଟରଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ୯ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେଇ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Ratha Yatra President Of India Droupadi Murmu