Adapa abada
ଆଜି ବାହାରିବ ଆଡ଼ପ ଅବଢ଼ା। ଏହି ଆଡ଼ପ ଅବଢ଼ାକୁ ସମସ୍ତେ ଅପେକ୍ଷା କରିଛନ୍ତି। କୁହାଯାଏ ଏଇ ଆଡ଼ପ ଅବଢ଼ାରୁ କାଣିଚିଏ ପ୍ରାପ୍ତି ହେଲେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ। ଏଥିପାଇଁ ଭକ୍ତଙ୍କ ସୁରକ୍ଷା ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତମାନେ ଯେପରି ଶୃଙ୍ଖଳିତ ଭାବେ ଆସି ମହାପ୍ରଭୁଙ୍କ ଦର୍ଶନ ଠିକ୍ ଭାବେ ପାଇବେ ଓ ଅବଢ଼ା ଖାଇ ସ୍ୱଗୃହକୁ ଫେରିପାରିବେ ସେଥିନିମନ୍ତେ ବ୍ୟବସ୍ଥା କରାଯାଇଛି।
ଗତକାଲି ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ ଭାଇ ବଳଭଦ୍ର, ତାପରେ ଭଉଣୀ ସୁଭଦ୍ରା ଏବଂ ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ମହାପ୍ରଭୁଙ୍କ ଆଡପ ବିଜେ ଦେଖିବାକୁ ଲୋକାରଣ୍ୟ ହୋଇପଡ଼ିଥିଲା ଶ୍ରୀକ୍ଷେତ୍ର।
ଏଇ ନବଦିନାତ୍ମକ ଯାତ୍ରାରେ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଏକ ଅପୂର୍ବ ମିଳନ ହୋଇଥାଏ। ବର୍ଷ ତମାମ ମହାପ୍ରଭୁ ରତ୍ନବେଦୀରେ ଦର୍ଶନ ଦେଉଥିବା ବେଳେ ଏବେ ଭକ୍ତମାନେ ଆଡପ ମଣ୍ଡପରେ ଦର୍ଶନ କରିବେ। ଅନ୍ୟପକ୍ଷରେ ଆଜି ବନକଲାଗି ନୀତି ଅନୁଷ୍ଠିତ ହେବ। କାଲି ହେରାପଞ୍ଚମୀ ନୀତି ଥିବାରୁ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ହେବ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1687486555.jpg)