Advertisment

ପୁରୀକୁ ଜଗିବେ ୧୮୦ ପ୍ଲାଟୁନ ପୁଲିସ, ବ୍ଲାଙ୍କେଟ୍ ସୁରକ୍ଷାରେ ରହିବ ଶ୍ରୀକ୍ଷେତ୍ର

ଚଳିତ ରଥ ଯାତ୍ରା ସମୟରେ ବ୍ଲାଙ୍କେଟ୍ ସୁରକ୍ଷାରେ ରହିବ ଶ୍ରୀକ୍ଷେତ୍ର। ବ୍ଲାଙ୍କେଟ୍ ସୁରକ୍ଷା ବ୍ୟବସ୍ଥାରେ ୪ ଜଣ ଅତିରିକ୍ତ ଡିଜି, ୬ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ ରହିବେ।

author-image
Niharika Rout
Puri

Puri

ଆସନ୍ତା ୭ ତାରିଖରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା। ଏଥି ନିମନ୍ତେ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ ଘନ ଘନ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି।

Advertisment

ଚଳିତ ରଥ ଯାତ୍ରା ସମୟରେ ବ୍ଲାଙ୍କେଟ୍ ସୁରକ୍ଷାରେ ରହିବ ଶ୍ରୀକ୍ଷେତ୍ର। ରଥଯାତ୍ରା ସୁରକ୍ଷାର ସମୀକ୍ଷା କରି ଏପରି କହିଛନ୍ତି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ। ଏଥର ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ। ଏନେଇ ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ପୁଲିସ ଡିଜି ।

ବ୍ଲାଙ୍କେଟ୍ ସୁରକ୍ଷା ବ୍ୟବସ୍ଥାରେ ୪ ଜଣ ଅତିରିକ୍ତ ଡିଜି, ୬ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ ରହିବେ। ଏଥିସହ ୧୯ ଏସପି ବା କମାଣ୍ଡାଣ୍ଟ ପାହ୍ୟା, ୩୩ ଜଣ ଅତିରିକ୍ତ SP ବା ଡେପୁଟି କମାଣ୍ଡାଣ୍ଟ ପାହ୍ୟା, ୭୫ ଜଣ ଡିଏସପି ବା କମାଣ୍ଡର ପାହ୍ୟା, ୧୩୦ ଇନ୍ସପେକ୍ଟର, ୬୭୫ SI ଓ ASI ପାହ୍ୟା ଅଧିକାରୀ ସୁରକ୍ଷା ଦାୟିତ୍ୱରେ ରହିବେ।

Advertisment

୩ ପ୍ଲାଟୁନ OSAF ମୁତୟନ କରାଯିବା ସହିତ ୫ କଂପାନୀ ରାପିଡ୍ ଆକ୍ସନ ଫୋର୍ସ ପାଇଁ କେନ୍ଦ୍ରକୁ ଆବେଦନ କରାଯାଇଛି। ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ ଓ ସୋଶାଲ ମିଡିଆରେ ପାର୍କିଂ ଅଞ୍ଚଳର ସ୍ଥିତି ବିଷୟରେ ଲାଇଭ୍ ସୂଚନା ଦିଆଯିବ ବୋଲି କହିଛନ୍ତି ଡିଜିପି। ଏଥିସହ ରାଷ୍ଟ୍ରପତି ଓ ବିଶିଷ୍ଟ ଅତିଥିଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ।

ଚଳିତ ରଥ ଯାତ୍ରାରେ ସାମିଲ ହେବା ନିମନ୍ତେ ଆସନ୍ତା ୬ ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୭ ତାରିଖରେ ସେ ପୁରୀ ଗସ୍ତ କରି ରଥଯାତ୍ରା ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା ବାବଦରେ ସୁନିଶ୍ଚିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ରାଷ୍ଟ୍ରପତି ଜୁଲାଇ ୬ ସଂଧ୍ୟାରେ ଭୁବନେଶ୍ବର ଜୟଦେବ ଭବନ ଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୭ରେ ପୁରୀ ଗସ୍ତ କରି ଅପରାହ୍ନରେ ରଥଯାତ୍ରା ଦର୍ଶନ କରିବେ। ୮ ତାରିଖ ଭୋରରୁ ପୁରୀ ସମୁଦ୍ରକୂଳରେ ପ୍ରାତଃ ଭ୍ରମଣ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଏହାପରେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ଏବଂ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବେ। ୯ ତାରିଖ ଅପରାହ୍ନରେ ରାଷ୍ଟ୍ରପତି ଦିଲ୍ଲୀ ଫେରିବାକୁ ଥିବା ବେଳେ, ଏହା ପୂର୍ବରୁ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ସାମିଲ ହେବେ।

Puri Shreemandir Puri Puri Ratha Yatra Rathayatra