Advertisment

ସୁସ୍ଥ ହେଲେ ଶ୍ରୀଜୀଉ, ଆଜି ରାଜପ୍ରାସାଦ ବିଜେ ନୀତି

ପୁରୀରେ ଆଜି ରାଜପ୍ରାସାଦ ବିଜେ ନୀତି ଅନୁଷ୍ଠିତ ହେବ। ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ଖବର ଦିଆଯିବ।

author-image
Niharika Rout
Puri

Puri

ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜିଉ ସୁସ୍ଥ ହୋଇଛନ୍ତି। ଆଜି ଅନବସରର ଦ୍ୱାଦଶୀ । ପୁରୀରେ ଆଜି ରାଜପ୍ରାସାଦ ବିଜେ ନୀତି ଅନୁଷ୍ଠିତ ହେବ। ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ଖବର ଦିଆଯିବ।

Advertisment

ଦଇତା ସେବକ ଓ ପତି ସେବକମାନେ ଶ୍ରୀଜୀଉଙ୍କ ଶ୍ରୀଅଙ୍ଗରୁ ବାହାରିଥିବା କରାଳ ଚନ୍ଦନ, ଚନ୍ଦନ ଓ ପାଟ ଡୋର ରୂପାଥାଳିରେ ଧରି ଶ୍ରୀନଅର ଆସି ଗଜପତିଙ୍କୁ ସୁସ୍ଥତାର ଖବର ଦେବେ। ଏହାକୁ ରାଜପ୍ରାସାଦ ବିଜେ ନୀତି କୁହାଯାଇଥାଏ। ଭୋଗମଣ୍ଡପ ଉଠିବା ପରେ ଏହି ଦ୍ୱାଦଶୀ ନୀତି ସମ୍ପନ୍ନ ହେବ। ଏକାଦଶୀରେ ଦଶମୂଳମୋଦକ ଲାଗି ପରେ ଚତୁର୍ଦ୍ଧାମୂର୍ତ୍ତି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି।

ସେପଟେ ରଥଯାତ୍ରାକୁ ଆଉ ମାତ୍ର ୩ଦିନ ରହିଲା। ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ରଥ ନିର୍ମାଣ କାମ। ବିଶ୍ୱକର୍ମା ମହାରଣାମାନେ ରଥ ନିର୍ମାଣରେ ମଜି ଯାଇଛନ୍ତି। ସେହିପରି ତିନି ରଥ ପ୍ରଭାରେ ରୂପ ଖୋଦେଇ କାର୍ଯ୍ୟ ଜାରି ରଖିଛନ୍ତି ରୂପକାର ସେବକ।

Advertisment

ଆଜି ମହାରଣା ସେବକମାନେ ଭୋଇ ସେବକଙ୍କ ସହଯୋଗରେ ତିନି ରଥର ପ୍ରତି କୋଣଗୁଡିକରେ ଦୁଇଟି ଲେଖାଏଁ କଣି ଫାଉଡ଼ି ବସାଇବେ। ପରେ ତିନି ରଥରେ 'ହାତିଆଳ ମାଳ' ବା କାଠ ବଟନ୍ ଆଠଟି ଲେଖାଏଁ ବଡଧରା ପୋଟଳଠାରୁ ଦୁଆର ବେଢ଼ା ପର୍ଯ୍ୟନ୍ତ ଫିଟିଂ କରାଯିବ। ଏଥିସହ ତିନି ରଥର ସିଂହାସନ ବେଦୀ ନିର୍ମାଣ କାର୍ଯ୍ୟ ଶେଷ ହେବ।

Ratha Yatra Puri Shreemandir Puri