Advertisment

ଆଜି ଶ୍ରୀଜିଉଙ୍କ ସୁନାବେଶ; ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି

ରାତି ୧୦ଟା କିମ୍ବା ୧୧ଟା ଯାଏଁ ଏହି ଦୁର୍ଲଭ ବେଶ ଦର୍ଶନର ସୁଯୋଗ ପାଇବେ ଶ୍ରଦ୍ଧାଳୁ।

author-image
Tapaswini Nayak
ଅଦ୍ୟତନ ହୋଇଛି
jay jagannath

jay jagannath

ଆଜି ଶ୍ରୀଜିଉଙ୍କ ସୁନାବେଶ। ମହଣ ମହଣ ସୁନାରେ ବିଭୂଷିତ ହୋଇ ଦର୍ଶନ ଦେବେ ଚତୁର୍ଦ୍ଧା ମୂର୍ତ୍ତି। ୩ ରଥ ଉପରେ ଦୈନନ୍ଦିନ ନୀତିକାନ୍ତି ପରେ ଅପରାହ୍ନରେ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଦର୍ଶନ ଦେବେ ରଥାରୂଢ଼ ୩ ଠାକୁର। ସକାଳ ୬ଟାରୁ ମଙ୍ଗଳ ଆଳତି ନୀତି ହୋଇଥିବା ବେଳେ ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି ହେବ। ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ହେବ। ଆଉ ସନ୍ଧ୍ୟା ୫ଟାରୁ ସାଢେ ୬ଟା ମଧ୍ୟରେ ହେବ ସୁନାବେଶ।

Advertisment

ରାତି ୧୦ଟା କିମ୍ବା ୧୧ଟା ଯାଏଁ ଏହି ଦୁର୍ଲଭ ବେଶ ଦର୍ଶନର ସୁଯୋଗ ପାଇବେ ଶ୍ରଦ୍ଧାଳୁ। ମହାପ୍ରଭୁଙ୍କ ସୁନା ବେଶରେ ବ୍ୟବହୃତ ଅଳଙ୍କାର ସବୁ ଗତ ୧୪ ତାରିଖରେ ଅସ୍ଥାୟୀ ବାହାର ରତ୍ନ ଭଣ୍ଡାରକୁ ସ୍ଥାନାନ୍ତର କରାଯାଇଛି। ତେଣୁ ସେଠାରୁ ହିଁ ଆଜି ଅଳଙ୍କାର ଅଣାଯାଇ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ସଂପନ୍ନ ହେବ।

ଏହି ବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ୧୫ ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବା ଆଶା କରାଯାଉଛି।।ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ହୋଇଥିବା ବେଳେ ରଥାରୂଢ଼ ଶ୍ରୀଜିଉଙ୍କ ସାମ୍ନାରେ କୌଣସି ସେବାୟତଙ୍କୁ ଛିଡ଼ା ହେବାକୁ ବାରଣ କରାଯାଇଛି। ଗତକାଲି ମଧ୍ୟ ରଥାରୁଢ଼ ଶ୍ରୀଜିଉଙ୍କ ଦର୍ଶନ ଲାଗି ଜନସମୁଦ୍ର ପାଲଟିଥିଲା ଶ୍ରୀକ୍ଷେତ୍ର।

Advertisment
Ratha Yatra Puri Shreemandir Puri