ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ିଲେ ମହାପ୍ରଭୁ; କାଲି ସୁନାବେଶ

ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ।। ମହଣ ମହଣ ରତ୍ନ ଅଳଙ୍କାରରେ ଆଭୂଷିତ ହେବେ ଶ୍ରୀଜିଉ।

ସିଂହଦ୍ୱାର ସମ୍ମୁଖରେ ୩ ରଥ

  • Published: Tuesday, 16 July 2024
  • , Updated: 16 July 2024, 07:39 AM IST

ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ। ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରରେ ପହଞ୍ଚିଛନ୍ତି।

ସିଂହଦ୍ୱାରରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି। ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ।। ମହଣ ମହଣ ରତ୍ନ ଅଳଙ୍କାରରେ ଆଭୂଷିତ ହେବେ ଶ୍ରୀଜିଉ। ତା’ପରେ ଅଧରପଣା ଏବଂ ଶୁକ୍ରବାର ରହିଛି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ।


ଗତକାଲି ସୁରୁଖୁରୁରେ ମହାବାହୁଙ୍କ ବାହୁଡା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଲକ୍ଷ୍ମୀ-ନାରାୟଣ ଭେଟ ପାଇଁ ଶ୍ରୀନଅର ସମ୍ମୁଖରେ ଅଟକିଥିଲେ କାଳିଆ ସାଆନ୍ତ। ଶ୍ରୀନଅରରୁ ବାହାରିମାଆ ଲକ୍ଷ୍ମୀଙ୍କୁ ରଥ ନିକଟକୁ ଆଣିଥିଲେ ଗଜପତି।

ଏହାପରେ ରୀତିନୀତି ମୁତାବକ ଲକ୍ଷ୍ମୀନାରୟଣ ଭେଟ ଅନୁଷ୍ଠିତ ହୋଇଥିଲା। ଜୟ ଜଗନ୍ନାଥ ଧ୍ୱନୀ ସହ ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ରର ଗଗନପବନ। ସିଂହଦ୍ୱାର ଅଭିମୁଖେ ଆସିବା ବାଟରେ ମାଉସୀ ମାଆ ମନ୍ଦିର ନିକଟରେ ଶ୍ରୀଜିଉଙ୍କୁ ପୋଡ଼ପିଠା ଲାଗି ହୋଇଥିଲା।

ଶାନ୍ତି ଶୃଙ୍ଖଳାର ସହ ବାହୁଡ଼ା ଯାତ୍ରା ସରିବା ପରେ, ସିଂହଦ୍ୱାର ସମ୍ମୁଖରେ ସାଷ୍ଟାଙ୍ଗ ପ୍ରଣିପାତ କରି ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଛନ୍ତି ଶ୍ରୀମନ୍ଦିର
ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।  ମହାପ୍ରଭୁଙ୍କ କରୁଣାରୁ ରଥ ଯାତ୍ରା ଶାନ୍ତିଶୃଙ୍ଖଳାରେ ଶେଷ ହେଇଥିବା କହିଛନ୍ତି ମୁଖ୍ୟ ପ୍ରଶାସକ। ସେବାୟତ ମାନେ ସହଯୋଗ କରିଥିବାରୁ ଏବଂରଥ ଉପରେ ମୋବାଇଲ ଫୋନ୍ କେହି ବ୍ୟବହାର କରି ନଥିବାରୁ ସେ ସେବାୟତମାନଙ୍କୁ ଧନ୍ୟବାଦଦେଇଛନ୍ତି। ଏଥିସହ ବାରଣ ସତ୍ତ୍ୱେ ରଥ ଉପରେ ଚଢ଼ିଥିବା ଅଣସେବାୟତଙ୍କ ବିରୋଧରେକାର୍ଯ୍ୟନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି। ସୁନାବେଶରେ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ହୋଇଛି ବୋଲି କହିଛନ୍ତି ଅରବିନ୍ଦ ପାଢ଼ୀ। 

Related story