Advertisment

ଆଜି ଦେବସ୍ନାନ ପୂର୍ଣ୍ଣମୀ, ଅପରାହ୍ନ ସାଢ଼େ ୩ଟାରୁ ମହାପ୍ରଭୁଙ୍କ ହାତୀବେଶ ଦର୍ଶନ

ଆଜି ଦେବସ୍ନାନ ପୂର୍ଣ୍ଣମୀ । ଶ୍ରୀମନ୍ଦିର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପକୁ ଆସୁଛନ୍ତି ଚତୁର୍ଦ୍ଧା ମୂରତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ।

author-image
Niharika Rout
ଅଦ୍ୟତନ ହୋଇଛି
Puri Deva Snana Purnima 2024

Puri

ଆଜି ଦେବସ୍ନାନ ପୂର୍ଣ୍ଣମୀ । ଶ୍ରୀମନ୍ଦିର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପକୁ ଆସୁଛନ୍ତି ଚତୁର୍ଦ୍ଧା ମୂରତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ।

Advertisment

ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ମଧ୍ୟାହ୍ନ ୧୨ଟା ୨୦ରେ ଜଳ ବିଜେ ନୀତି କରାଯିବ। ଅପରାହ୍ନ ୩ଟାରେ ଛେରା ପହଁରା ପରେ ୩ଟା ୪୦ରୁ ହାତୀବେଶ ଆରମ୍ଭ ହେବ। ସନ୍ଧ୍ୟା ୭ଟା ୩୦ରୁ ରାତି ୧୦ଟା ୩୦ ଯାଏଁ ସାହାଣ ମେଲା ଦର୍ଶନ ପାଇଁ ସମୟ ଧାର୍ଯ୍ୟ ହୋଇଛି।

Live Updates: Snana Purnima 2024 LIVE Updates: ସ୍ନାନଯାତ୍ରା- ଘଡ଼ିକୁ ଘଡ଼ି

ଭକ୍ତମାନେ ବ୍ୟାରିକେଡରେ ସିଂହଦ୍ୱାର ଦେଇ ସ୍ନାନବେଦୀରେ ହାତୀବେଶ ଦର୍ଶନ କରିପାରିବେ। ପରେ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶକୁ ଭକ୍ତମାନେ ବଡଦାଣ୍ଡ ସମେତ ସ୍ନାନମଣ୍ଡପର ଅତି ନିକଟରୁ ଦର୍ଶନ କରିବାର ସୁଯୋଗ ପାଇବେ ।

Advertisment

ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ମାର୍କେଟ ଛକରୁ ମିରିଚିକୋଟ ଛକ ଓ ମରିଚିକୋଟ ଛକରୁ ଶ୍ରୀନଅର ଯାଏଁ ସ୍ୱତନ୍ତ୍ର ବ୍ୟାରିକେଡ ହୋଇଛି ।

Ratha Yatra Snana Yatra