Advertisment

ଆଜି ଶ୍ରୀଜିଉଙ୍କର ଚକାବିଜେ ନୀତି

ଦ୍ୱାଦଶୀ ତିଥିରେ ଦଇତା ସେବକ ଓ ପତି ସେବକ ମାନେ ଶ୍ରୀନହରକୁ ଯାଇ ମହାପ୍ରଭୁଙ୍କ ସୁସ୍ଥତା ଖବର ଗଜପତି ମହାରାଜଙ୍କୁ ଦେବାର ପରମ୍ପରା ରହିଛି।

ଅଦ୍ୟତନ ହୋଇଛି
Puri

Puri

Advertisment

ଅଣସର ଘରେ ଚାଲିଛି ଶ୍ରୀଜିଉଙ୍କ ଉପଚାର। ମହାପ୍ରଭୁ ଧୀରେ ଧୀରେ ସୁସ୍ଥ ହେଉଥିବାରୁ ଆଜି ଚକା ବିଜେ ନୀତି ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳମୋଦକ ଶ୍ରୀମନ୍ଦିର ଗାରଦକୁ ହସ୍ତାନ୍ତର କରାଯିବ। ରାଜବୈଦ୍ୟ ମାନେ ଦଶ ପ୍ରକାରର ଚେର ମୂଳିରୁ ପ୍ରସ୍ତୁତ କରିଛନ୍ତି ଦଶ ମୂଳ ମୋଦକ। 

Advertisment

ଅତ୍ୟନ୍ତ ଶୁଦ୍ଧପୂତ ଭାବେ ଏହି ଔଷଧକୁ ବୈଦ୍ୟ  ପ୍ରସ୍ତୁତ କରାଯାଇଛି। ଶାଳପର୍ଣ୍ଣି, ବେଲ, ଗୋଖରା, ଗମ୍ଭାରୀ,ଫଣଫଣା, କୃଷ୍ଣପର୍ଣ୍ଣି, କୃଷ୍ଣଚୁଡା, ଲବଙ୍ଗ, ଦେଶୀଘିଅ, ମହୁ, ନବାତ, ଖୁଆ, ଆଦି ବିଭିର୍ଣ୍ଣ ଦ୍ରବ୍ୟକୁ ମିଶାଯାଇ ଏହି ଔଷଧ ପ୍ରସ୍ତୁତ ହୋଇଛି। ମଙ୍ଗଳବାର ଏକାଦଶୀ ତିଥିରେ ଏହି ଔଷଧ ସେବନ ପରେ ସମ୍ପୂର୍ଣ ସୁସ୍ଥ ହେବେ ଶ୍ରୀଜିଉ।   

ଦ୍ୱାଦଶୀ ତିଥିରେ ଦଇତା ସେବକ ଓ ପତି ସେବକ ମାନେ ଶ୍ରୀନହରକୁ ଯାଇ ମହାପ୍ରଭୁଙ୍କ ସୁସ୍ଥତା ଖବର ଗଜପତି ମହାରାଜଙ୍କୁ ଦେବାର ପରମ୍ପରା ରହିଛି। ଅନ୍ୟପକ୍ଷରେ ରଥ ଯାତ୍ର ପାଖେଇ ଆସୁଥିବାରୁ ଜୋରସୋରରେ ରଥ କାମ ଚାଲିଛି। ଚିତ୍ରକାର ସେବକମାନେ ତିନି ରଥର ହଂସ ପଟା ଏବଂ ପାର୍ଶ୍ୱ
ଦେବ ଦେବୀ ମୂର୍ତ୍ତିରେ ରଙ୍ଗ କାର୍ଯ୍ୟ ଶେଷ କରି, ରଥ ଚକ, କୋଣ ଗୁଜ, ପଟା ଗୁଜରେ ରଙ୍ଗ କାର୍ଯ୍ୟ ଜାରି ରଖିଛନ୍ତି।

Advertisment
Ratha Yatra Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe