Advertisment

ଆଜି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ; ପରେଡରେ ଭାଗ ନେବେ ୬୪ କଣ୍ଟିଜେଣ୍ଟ

ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବେ।

ଅଦ୍ୟତନ ହୋଇଛି
Republic day

Republic day

Advertisment

ଆଜି ୭୫ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀରୁ ପଲ୍ଲୀ ଯାଏଁ ଆଜି ଗଣତନ୍ତ୍ରର ସବୁଠୁ ବଡ଼ ପର୍ବକୁ ପାଳନ କରାଯାଉଛି। ସେହିପରି ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟସାଧାରଣତନ୍ତ୍ର ଦିବସ। ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନୀତ ଅତିଥି ଭାବେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

Advertisment

ଏଥର ପରେଡର ନେତୃତ୍ୱ ନେବେ IPS ଅଫିସର ଏ.ବି. ଶିଳ୍ପା। ପରେଡ଼ରେ ମୋଟ ୬୪ କଣ୍ଟିଜେଣ୍ଟ ଭାଗ ନେବ। ITBP, CRPF ,BSF, FIRE, ODRAF, ଓଡିଶା ହୋମ୍ ଗାର୍ଡ, RPF, SAINIK SCHOOL ପୁଲିସ ବ୍ୟାଣ୍ଡ ସମତେ ବିଭିନ୍ନ ସ୍କୁଲର ଛାତ୍ର ଛାତ୍ରୀ ପରେଡ଼ରେ ସାମିଲ ହେବେ।

ଏହାସହ ୪ଟି ସାଂସ୍କୃତିକ ଦଳ, ସ୍କେଟିଂ, ଡେୟାର ଡେଭିଲ୍ସ ବି ପରେଡ଼ରେ ସାମିଲ ହେବେ। ପଡୋଶୀ ରାଜ୍ୟ ଝାଡ଼ଖଣ୍ଡ ପୁଲିସ ପରେଡରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିଛି ସମ୍ପୂର୍ଣ୍ଣ ଗାନ୍ଧି ମାର୍ଗ। ସୁରକ୍ଷା ଦାୟିତ୍ୱରେ ବିଭିନ୍ନ ରାଙ୍କର ୧୬୦ ଅଫିସର, ୩୦୦ କନେଷ୍ଟବଳ, ୯୦ସେକ୍ସନ ଫୋର୍ସ ଏବଂ ୧୫୦ ହୋମ ଗାର୍ଡ ଅଛନ୍ତି।

Advertisment

ସେହିଭଳି QRT, ATS , ବମ୍ ଡିସ୍ପୋଜାଲ ସହ କାନାଇନ ସ୍କ୍ୱାର୍ଡ ମଧ୍ୟ ମୁତୟନ ହୋଇଛନ୍ତି। ସେହିଭଳି ରାଜ୍ୟର ନଲ୍ସଲ ପ୍ରଭାବିତ ଜିଲ୍ଲାଗୁଡିକରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Bhubaneswar Republic Day 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe