ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି। ଏହି ନୀତି ପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।
Also Read
ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ବନକଲାଗି ନୀତି ଆରମ୍ଭ ହେବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଉତ୍କର୍ଷ ଓଡ଼ିଶା କନକ୍ଲେଭ: ୪ଦିନ ଧରି ଚାଲିବ କାର୍ଯ୍ୟକ୍ରମ, ୨୮ରେ ଆସିବେ ପ୍ରଧାନମନ୍ତ୍ରୀ
‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି ।
Events & Festivals
ଆଜିଠୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା, ୧୩ ପର୍ଯ୍ୟନ୍ତ ଚାଲିବ କଂସଙ୍କ ରାଜୁତି
ବରଗଡ଼ରେ ବସିବ ଦରବାର, ଶୁଭିବ କଂସଙ୍କ ଅଟହାସ୍ୟ । ଆଜିଠୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ମହାରାଜ କଂସଙ୍କ ରାଜୁତି ।
Events & Festivals
ନୂଆବର୍ଷରେ କାଳିଆକୁ ଦେଖିବାକୁ ମନ ଉଛନ, ବଡ଼ଦାଣ୍ଡ ହେଲା ଜନସମୁଦ୍ର
ନୂଆବର୍ଷରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି, ଗତକାଲି ରାତି ସାଢ଼େ ୧୨ରେ ଶ୍ରୀମନ୍ଦିରରେ ଦ୍ୱାରଫିଟା ନୀତି ସଂପନ୍ନ ହୋଇ ଦର୍ଶନ ଚାଲିଛି ।
Events & Festivals
ପ୍ରବାସୀ ଭାରତୀୟ ଦିବସ ସମାରୋହ: ମୁଖ୍ୟ ଅତିଥି ହେବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି, ଓଡ଼ିଶା ଆସିବେ ୭ହଜାର ଅତିଥି
ପ୍ରବାସୀ ଭାରତୀୟ ଦିବସ ସମାରୋହ ଆୟୋଜନବେଳେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ,ଏକାମ୍ର ଉତ୍ସବ, ଆଦିବାସୀ ମେଳା ପ୍ରଭୁତି ଦ୍ୱାରା ରାଜଧାନୀକୁ ଉତ୍ସବ ମୁଖର କରାଯିବ ।
Events & Festivals
ନୂଆବର୍ଷରେ ଶୀଘ୍ର ଦର୍ଶନ ଦେବେ ଶ୍ରୀଜୀଉ
ଶ୍ରଦ୍ଧାଳୁମାନେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ ଏବଂ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।