Advertisment

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।

undefined

Puri Jagannath Temple (File Photo)

Advertisment

ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି। ଏହି ନୀତି ପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।

ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ବନକଲାଗି ନୀତି ଆରମ୍ଭ ହେବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।

Advertisment
Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe